ଆଜି କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ

ଝାରସୁଗୁଡ଼ା,୧୦।୧(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଶୁକ୍ରବାର ହେବ। ଏହି ପରିପ୍ରେକ୍ଷୀରେ ଗୁରବାର ସକାଳେ ସମିତି ସଭ୍ୟ, ସରପଞ୍ଚ ଲୁଚି ଥିବା ସନ୍ଦେହରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ଘରେ ଝାରସୁଗୁଡ଼ା ପୋଲିସ ଯାଞ୍ଚ କରିଛି। ସୂଚନା ଅନୁସାରେ କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ ଶୁକ୍ରବାର କିର୍ମିରା ପଞ୍ଚାୟତ ସମିତିଠାରେ ଅନାସ୍ଥା ଭୋଟ ହେବ। ଏହାକୁ ନେଇ ଦୀର୍ଘ ୫ ମାସ ହେବ ଉଭୟ ଗୋଷ୍ଠୀ ମଧ୍ୟରେ ଛକପଞ୍ଝା ଚାଲିଥିଲା। ହାଇକୋର୍ଟ ଅନାସ୍ଥା ପ୍ରସ୍ତାବ ଭୋଟ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଭୋଟ ଶୁକ୍ରବାର ହେବା ପାଇଁ ଉପଜିଲାପାଳ ସବ୍ୟସାଚୀ ପଣ୍ଡା ବିଜ୍ଞପ୍ତି ଓ ସମସ୍ତ ପ୍ରତିନିଧିଙ୍କୁ ନୋଟିସ ଜାରି କରିଥିଲେ।
ଏହି ଅନାସ୍ଥା ପ୍ରସ୍ତାବ ପ୍ରକ୍ରିୟା ଚାଲୁ ହେବା ଦିନଠାରୁ ସମସ୍ତ ସମିତି ସଭ୍ୟ ଓ ସରପଞ୍ଚ ଆଜ୍ଞାତବାସରେ ଅଛନ୍ତି। ପୂର୍ବତନ ବିଧାୟିକା ଦୀପାଳି ଦାସ ଗୁରୁବାର ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ଓଡ଼ିଶା ପୋଲିସର ଜଣେ ହାବିଲଦାର ତାଙ୍କ ବାପା ନବ ଦାସଙ୍କୁ ଗୁଳି ମାରି ହତ୍ୟା କରିଥିଲେ। ପୁଣି ଗୁରୁବାର ସକାଳ ୯ଟାରେ ଲଇକେରା ଆଇଆଇସି ଦିଲୀପ ବେହେରା ବିନା ସର୍ଚ୍ଚ ୱାରେଣ୍ଟରେ ତାଙ୍କ ବଡ଼ ଭାଇ ବିଶାଳ ଦାସଙ୍କ ସମ୍ବଲପୁର ମାଝିପାଲିସ୍ଥିତ ହୋଟେଲ ଡି ଲାଉଞ୍ଜରେ ପ୍ରବେଶ କରି ହୋଟେଲ କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ସେଠାରେ ତଲାସି କରିଥିଲେ। ସେ କହିଛନ୍ତି, ଓଡ଼ିଶା ପୋଲିସର ଏପରି ଘଟଣା ଆମକୁ ମର୍ମାହତ କରିଛି। ଏ ନେଇ ବିଶାଳ ଦାସ ଆଇଜି ହିମାଂଶୁ ଲାଲଙ୍କୁ ଭେଟି ତାଙ୍କ ପରିବାର ପାଇଁ ସୁରକ୍ଷା ମାଗିଛନ୍ତି। ଶୁକ୍ରବାର କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ସମୟରେ କୌଣସି ଅସୁବିଧା ତଥା ଦୁର୍ଘଟଣା ହେଲେ ସ୍ଥାନୀୟ ବିଧାୟକ, ଜିଲା ପ୍ରଶାସନ ଓ ପୋଲିସ ଦାୟୀ ରହିବେ ବୋଲି ବିଶାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?