ବିବାହ କରିବେ କୀର୍ତ୍ତି ସୁରେଶ

ଚେନ୍ନାଇ: ସାଉଥ୍‌ ଅଭିନେତ୍ରୀ କୀର୍ତ୍ତି ସୁରେଶ ଖୁବ୍‌ଶୀଘ୍ର ଅଭିନେତା ବରୁଣ ଧାୱନଙ୍କ ‘ବେବି ଜନ୍‌’ ଫିଲ୍ମ ସହ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ମଙ୍ଗଳବାର କୀର୍ତ୍ତିଙ୍କୁ ନେଇ ଏକ ଅପ୍‌ଡେଟ ସାମ୍‌ନାକୁ ଆସିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ଡିସେମ୍ବର ଦ୍ୱିତୀୟ ସପ୍ତାହରେ କୀର୍ତ୍ତି ତାଙ୍କର ଦୀର୍ଘ ଦିନର ପ୍ରେମିକ ଆଣ୍ଟୋନି ଥାଟିଲଙ୍କୁ ବିବାହ କରିବେ। ଦୁବାଇର ଜଣାଶୁଣା ବ୍ୟବସାୟୀ ଆଣ୍ଟୋନିଙ୍କ ସହ ଗତ ୧୫ ବର୍ଷ ଧରି ସେ ରିଲେଶନଶିପ୍‌ରେ ଥିଲେ। ଉଭୟ କୀର୍ତ୍ତି ଏବଂ ଆଣ୍ଟୋନି ଗୋଆରେ ବିବାହ କରିବେ ବୋଲି ଏହି ରିପୋର୍ଟ କହିଛି।
କୀର୍ତ୍ତିଙ୍କର ଗ୍ରାଣ୍ଡ ଡେଷ୍ଟିନେଶନ ୱେଡିଂ ଆସନ୍ତା ମାସ ୧୧ ଏବଂ ୧୨ରେ ଅନୁଷ୍ଠିତ ହେବ ବୋଲି ଏହି ରିପୋର୍ଟରେ କୁହାଯାଇଛି। ବିବାହରେ ଉଭୟ କୀର୍ତ୍ତି ଏବଂ ଆଣ୍ଟୋନିଙ୍କ ପରିବାରବର୍ଗଙ୍କ ସହ ନିକଟ ବନ୍ଧୁ ଓ ସମ୍ପର୍କୀୟ ଯୋଗଦେବେ। ଆଗାମୀ ଦିନରେ କୀର୍ତ୍ତିଙ୍କ ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ। ଏହି ରିପୋର୍ଟ ଅନୁଯାୟୀ, ହାଇସ୍କୁଲରେ ଉଭୟ କୀର୍ତ୍ତି ଏବଂ ଆଣ୍ଟୋନି ଏକସଙ୍ଗେ ପଢୁଥିଲେ। ସେମାନଙ୍କ ବନ୍ଧୁତା ଧୀରେ ଧୀରେ ବଢ଼ିବାକୁ ଲାଗିଥିଲା। ପରେ ଉଭୟ ରିଲେଶନଶିପ୍‌ରେ ଆସିବାକୁ ନିଷ୍ପତି ନେଇଥିଲେ। ତେବେ ବର୍ତ୍ତମାନ ସୁଦ୍ଧା କୀର୍ତ୍ତି କୌଣସି ମଧ୍ୟ ସୋସିଆଲ ମିଡିଆ ପୋଷ୍ଟରେ ଆଣ୍ଟୋନିଙ୍କ ସହ ପ୍ରେମ ସମ୍ପର୍କକୁ ସାର୍ବଜନୀନ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri