Posted inଖେଳ

କିଶୋର, ଲାଜରୁସ୍‌ ପାଇବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୨୮।୮ (ତପନ ସ୍ବାଇଁ): ଓଡ଼ିଶାର ଜାଭେଲିନ୍‌ ଥ୍ରୋ ତାରକା କିଶୋର ଜେନା ରାଜ୍ୟର ସର୍ବୋଚ୍ଚ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ‘ଆଥଲେଟ୍‌ ଅଫ୍‌ ଦି ଇୟର’ ବର୍ଗରେ ସେ ଏହି ପୁରସ୍କାର ପାଇବେ। ସେହିପରି ହକି ଅଲିମ୍ପିଆନ ଲାଜରୁସ ବାର୍ଲାଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର ପ୍ରଦାନ କରାଯିବ। କ୍ରୀଡ଼ାକୁ ଆଜୀବନ ସେବା ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ମିଳିଥିବା ସୂଚନା ଅନୁସାରେ ନିକଟରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର କମିଟି ବୈଠକ ବସି ଏହି ନିଷ୍ପତ୍ତି ନିଆଯାଇଛି। ଅମିତ ରୋହିଦାସଙ୍କ କୋଚ୍‌ ବିଜୟ ଲାକ୍ରା ଶ୍ରେଷ୍ଠ କୋଚ୍‌ ବିଭାଗରେ ପୁରସ୍କାର ଲାଭ କରିବେ। ରାଉରକେଲାରେ କାର୍ଯ୍ୟରତ ଲାକ୍ରାଙ୍କଠାରୁ ପ୍ରଶିକ୍ଷଣ ନେଇ ଆଗକୁ ବଢ଼ିଥିବା ଅମିତ ଇତିମଧ୍ୟରେ ୨ଥର ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ହାସଲ କରି ଦେଶ ଓ ରାଜ୍ୟକୁ ଗର୍ବିତ କରିଛନ୍ତି। ବାପି ହଁାସଦା ଶ୍ରେଷ୍ଠ ଆଥଲେଟ୍‌ (ଜୁନିୟର), ଜାଫର ଇକବାଲ (ପାରା ଆଥଲେଟ୍‌) ବର୍ଗରେ ପୁରସ୍କୃତ ହେବେ। ସେହିପରି ଶ୍ରେଷ୍ଠ କୋଚ୍‌ (ଟେକ୍ନିକାଲ) ପୁରସ୍କାର ପାଇବେ ରୂପାନ୍ବିତା ପଣ୍ଡା। ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଇମର୍ଜିଂ ପ୍ଲେୟର ପୁରସ୍କାର ଲାଭ କରିବେ। ଶ୍ରେଷ୍ଠ କ୍ରୀଡ଼ା ଖବରଦାତା ପୁରସ୍କାର ପାଇବେ ସୁକେଶ ବେହେରା। ସ୍ପୋଟର୍‌ସ ପ୍ରମୋଶନ ପାଇଁ ନାଲ୍‌କୋକୁ ପୁରସ୍କୃତ କରାଯିବ। ପ୍ରକାଶଯୋଗ୍ୟ ଯେ, ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପାଇଁ ଫଳକ ଓ ମାନପତ୍ର ସହ ୩ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥାଏ। ସେହିପରି ଶ୍ରେଷ୍ଠ କ୍ରୀଡ଼ାବିତ୍‌ଙ୍କୁ ୨ ଲକ୍ଷ, ଶ୍ରେଷ୍ଠ କୋଚ୍‌, ଉଦୀୟମାନ ଆଥଲେଟ୍‌, ପାରା କ୍ରୀଡ଼ାବିତ୍‌, ଟେକ୍ନିକାଲ ଅଫିସିଆଲ, ଖବରଦାତା ଓ ସ୍ପୋଟର୍‌ସ ପ୍ରମୋଶନ ପାଇଁ ୧ ଲକ୍ଷ ଟଙ୍କା ଲେଖାଏ ଏବଂ ଫଳକ ଓ ମାନପତ୍ର ପ୍ରଦାନ କରାଯିବ। କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନ ଚାନ୍ଦଙ୍କ ଜନ୍ମ ଦିନ ତଥା ଜାତୀୟ କ୍ରୀଡ଼ା ଦିବସ ଅବସରରେ ଅଗଷ୍ଟ ୨୯ରେ ଏହି ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri