କିଶୋର ନୂଆ ମୁଖ୍ୟ ଆୟକର ଆୟୁକ୍ତ

ଭୁବନେଶ୍ୱର,୨୮।୭:ଭାରତ ସରକାରଙ୍କ ଅଗ୍ରଣୀ ଏଜେନ୍ସି ‘ଆୟକର ବିଭାଗ’ର ମୁଖ୍ୟ ଆୟକର ଆୟୁକ୍ତ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଜେ.କ୍ରିଷ୍ଣା କିଶୋରଙ୍କୁ ଗୁରୁବାର ସରକାରଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ) ଅଧିକାରୀ ଜେ.କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ନିକଟରେ ପଦୋନ୍ନତି ମିଳିଛି। ବର୍ତ୍ତମାନ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି। ସେହିଭଳି ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ର ପ୍ରତ୍ୟକ୍ଷ ଟିକସ ବୋର୍ଡ ପକ୍ଷରୁ କିଶୋରଙ୍କ ପଦୋନ୍ନତି ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଅପରପକ୍ଷରେ ଜେ.କ୍ରିଷ୍ଣା କିଶୋରଙ୍କର ଆୟକର କ୍ଷେତ୍ରରେ ଯଥେଷ୍ଟ ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ରହିଛି। କିଶୋର ଦକ୍ଷ ଓ ସଚ୍ଚୋଟ ଅଧିକାରୀ ଭାବେ ବେଶ୍‌ ଜଣାଶୁଣା। ଏପରିକି ଓଡ଼ିଶା ପ୍ରାନ୍ତରେ କିଶୋରଙ୍କର କାର୍ଯ୍ୟକାଳ ସମୟରେ ଆୟକର ତଦନ୍ତ ନିର୍ଦ୍ଦେଶାଳୟ ସବୁ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି। ତାଙ୍କ ତତ୍ତ୍ୱାବଧାନରେ ସବୁଠୁ ଅଧିକ ନଗଦ ଟଙ୍କା ଜବତ କରାଯିବା ସହ ସର୍ବାଧିକ ଗୋପନୀୟ ଆୟ ଠାବ କରାଯିବା କ୍ଷେତ୍ରରେ ମଧ୍ୟ ଉଲ୍ଲେଖନୀୟ ସଫଳତା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri