ବିଡିଓଙ୍କ ବିଜ୍ଞାପନରେ ଶଙ୍ଖ ଚିହ୍ନ

ଅନୁଗୋଳ ଅଫିସ୍‌/ବଇଣ୍ଡା (ଡି.ଏନ୍‌.ଏ.),୧୦।୩:ଅନୁଗୋଳ ଜିଲା କିଶୋରନଗର ବିଡିଓ ବିନୋଦ ବିହାରୀ ବେହେରା ଓଡ଼ିଶା ସରକାରୀ କର୍ମଚାରୀ ସର୍ଭିସ କୋଡ୍‌-୧୯୫୯ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ପଞ୍ଚାୟତିରାଜ ଦିବସରେ ସେ ବିଜେଡିର ଶଙ୍ଖ ଚିହ୍ନ ଥାଇ ଏକ ନିର୍ଦ୍ଦିଷ୍ଟ ଖବରକାଗଜକୁ ବିଜ୍ଞାପନ ଦେଇଥିବା ଜିଲା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଏ ନେଇ ଦଳର ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ଗୁରୁବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି।
ଅଭିଯୋଗ ଅନୁଯାୟୀ, ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଗତ ମାର୍ଚ୍ଚ ୫ରେ ଏକ ଖବରକାଗଜରେ କିଶୋରନଗର ବିଡିଓଙ୍କ ସୌଜନ୍ୟରୁ ଏକ ବିଜ୍ଞାପନ ପ୍ରକାଶ ପାଇଥିଲା। ଏଥିରେ ଶଙ୍ଖ ଚିହ୍ନ ବ୍ୟବହାର କରାଯାଇଥିଲା। ଜଣେ ପ୍ରଶାସନିକ ଅଧିକାରୀ ହୋଇ ସେ ବିଜେଡି ପାଇଁ ଖୋଲାଖୋଲି ପ୍ରଚାର କରୁଛନ୍ତି, ଯାହା ଓଡ଼ିଶା ସରକାରୀ କର୍ମଚାରୀ ସର୍ଭିସ କୋଡ୍‌-୧୯୫୯ର ଉଲ୍ଲଂଘନ ବୋଲି ଭାଜପା ପକ୍ଷରୁ କୁହାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଭାଜପା ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଜିଲା ସଭାପତି ପ୍ରଧାନ ଚେତାବନୀ ଦେଇଛନ୍ତି। ଜିଲାପାଳଙ୍କ ସହ ଆଲୋଚନା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ବରିଷ୍ଠ ନେତା ଦିଲୀପ ପ୍ରଧାନ, ଜିଲା ସାଧାରଣ ସମ୍ପାଦକ ସୁଦୀପ ଗଡ଼ନାୟକ, ସମ୍ପାଦକ ପ୍ରଭାତ ପ୍ରଧାନ, କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅଭିଯୋଗର ପ୍ରତିକ୍ରିୟାରେ ବିଡିଓ ବେହେରା କୁହନ୍ତି, ସେ କୌଣସି ଦଳର ପ୍ରଚାରକ ନୁହେଁ। ଯେଉଁ ଖବରକାଗଜ ସଂସ୍ଥା ଏହାକୁ ପ୍ରକାଶ କରିଛନ୍ତି, ଏହାକୁ ଭୁଲ୍‌ବଶତଃ ପ୍ରକାଶ କରିଛନ୍ତି। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ଖବରକାଗଜରେ ଏ ସମ୍ପର୍କିତ ସ୍ପଷ୍ଟୀକରଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri