କିଶୋରଙ୍କ ସରଳତା ଥିଲା ତାଙ୍କ ବଡ଼ ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଝାରସୁଗୁଡ଼ା ଅଫିସ,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଶୋରଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଏନେଇ ସେ ଦଳମତ ନିର୍ବିଶେଷରେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ଏମ୍‌ପି, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଏବଂ ବିଧାନସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଏପରିକି ଦଳକୁ ମଜଭୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗଦେଇ କହିଛନ୍ତି, ତାଙ୍କ ସହିତ ମୋର ଘନିଷ୍ଠ ସମ୍ପର୍କ ରହିଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି।

ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ସ୍ତ୍ରୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡ଼ିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିବେ ବୋଲି କହିଛନ୍ତି। କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri