କିଶୋରଙ୍କ ସରଳତା ଥିଲା ତାଙ୍କ ବଡ଼ ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଝାରସୁଗୁଡ଼ା ଅଫିସ,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଶୋରଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଏନେଇ ସେ ଦଳମତ ନିର୍ବିଶେଷରେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ଏମ୍‌ପି, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଏବଂ ବିଧାନସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଏପରିକି ଦଳକୁ ମଜଭୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗଦେଇ କହିଛନ୍ତି, ତାଙ୍କ ସହିତ ମୋର ଘନିଷ୍ଠ ସମ୍ପର୍କ ରହିଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି।

ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ସ୍ତ୍ରୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡ଼ିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିବେ ବୋଲି କହିଛନ୍ତି। କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri