Posted inଖେଳ

କିସ୍‌-କ୍ୟାପିଟାଲ ଫାଇନାଲ

ଭୁବନେଶ୍ୱର, ୧୪।୯ (ତପନ ସ୍ବାଇଁ): ୟୁନିଟ-୬ ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ କିସ୍‌ ଓ କ୍ୟାପିଟାଲ ସ୍କୁଲ ମଧ୍ୟରେ ଶୁକ୍ରବାର ଅନୁଷ୍ଠିତ ହେବ। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ୟୁନିଟ-୩ କ୍ୟାପିଟାଲ ସ୍କୁଲ ୩-୨ ଗୋଲରେ ବିକାଶ ସ୍କୁଲକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ପୂର୍ବଦିନ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ କିସ୍‌ ସ୍କୁଲ ୩-୦ ଗୋଲ୍‌ରେ ୟୁନିଟ୍‌-୧ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟକୁ ହରାଇ ଫାଇନାଲରେ ପ୍ରବେଶ କରିଥିଲା। ଦ୍ୱିତୀୟ ସେମିଫାଇନାଲଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା।

ବିକାଶ ସ୍କୁଲ ପକ୍ଷରୁ ଦିବ୍ୟକାନ୍ତ ମହାପାତ୍ର ୧୨ ଓ ଅନ୍ତରୀକ୍ଷ ରାଉତ ୨୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। କ୍ୟାପିଟାଲ ସ୍କୁଲ ପକ୍ଷରୁ ବାଇଧର ତିରିଆ ୨୪ ଓ ଡମୁ ସଏ ୩୬ତମ ମିନିଟରେ ଗୋଲ ପରିଶୋଧ କରିଥିଲେ। ସ୍ଥିତିି ୨-୨ ସ୍ଥିତିରେ ରହିଥିବାବେଳେ ମ୍ୟାଚ ଶେଷ ହେବାର ଗୋଟିଏ ମିନିଟ ପୂର୍ବରୁ ବିକାଶ ସ୍କୁଲ ଖେଳାଳି ଆତ୍ମଘାତୀ ଗୋଲ କରିବାରୁ କ୍ୟାପିଟାଲ ବିଜୟୀ ହୋଇ ଯାଇଥିଲା। ବିଜୟୀ ଦଳର ଡମୁ ସଏ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଦେବବ୍ରତ ସାହୁ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଉନ୍ନତ ମାନର ଖେଳ ପାଇଁ ବିକାଶ ସ୍କୁଲର ଦିବ୍ୟକାନ୍ତ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଉପରେ ଥିବ ମୂର୍ତ୍ତି କମ୍ପ୍ଲେକ୍ସ ଭିତରକୁ ଗୁରୁବାର ଏକ ଟ୍ରକ ପଶିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri