କିସ୍‌କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ସମ୍ମାନ

ଭୁବନେଶ୍ୱର, ୯ା୯(ବ୍ୟୁରୋ):ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ(କିସ୍‌)କୁ ମିଳିଛି ବିଶ୍ୱର ଶ୍ରେଷ୍ଠ ଶିକ୍ଷା ସମ୍ମାନ। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଜାତିସଂଘ ପକ୍ଷରୁ କିସ୍‌କୁ ସମ୍ମାନଜନକ ୟୁନେସ୍କୋ କିଙ୍ଗ୍‌ ସିଜଙ୍ଗ୍‌ ଇଣ୍ଟରନ୍ୟାଶନାଲ ଲିଟେରାସି ପୁରସ୍କାର-୨୦୨୨ରେ ସମ୍ମାନିତ କରାଯାଇଛି। ଗୁରୁବାର ଆଫ୍ରିକାର ଡି ଆଇଭୋର୍‌ କୋଷ୍ଟଠାରେ ଆରମ୍ଭ ହୋଇଥିବା ୟୁନେସ୍କୋର ୨ଦିନିଆ ପୁରସ୍କାର ବିତରଣ ଉତ୍ସବର ପ୍ରଥମ ଦିନରେ କିସ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। କିସ୍‌ ପ୍ରତିନିଧି ବିକାଶ ସାବତ୍‌ ପୁରସ୍କାର ବାବଦକୁ ୨୦ ହଜାର ଆମେରିକୀୟ ଡଲାର, ମେଡାଲ୍‌ ଓ ପ୍ରଶସ୍ତିପତ୍ର ଗ୍ରହଣ କରିଛନ୍ତି।
ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍‌ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବାବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ କ୍ଷେତ୍ରରେ ପଞ୍ଚମ ଶିକ୍ଷାନୁଷ୍ଠାନ। ଏହା ଓଡ଼ିଶା ତଥା ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା, ଶିକ୍ଷାବିତ୍‌ ତଥା ସମାଜସେବୀ ଡ. ଅଚ୍ୟୁତ ସାମନ୍ତ କହିଛନ୍ତି। ଏଥିସହ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ଅବସରରେ କିସ୍‌ର ୩୦ ହଜାର ଛାତ୍ରୀଛାତ୍ର ଉତ୍ସବ ମନାଇଛନ୍ତି। ଡ. ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଲଡୁ ବଣ୍ଟନ ସହ ଶୁଭେଚ୍ଛା ଜଣାଇଥିଲେ। ଶିକ୍ଷା କ୍ଷେତ୍ରରେ ଅନୁଷ୍ଠାନର ଏହି ନିରନ୍ତର ପ୍ରଚେଷ୍ଟାରେ ସାମିଲ ଥିବା ସମସ୍ତଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରମାନେ ଭାଷାଗତ ଶିକ୍ଷାକୁ ନେଇ ସମ୍ମୁଖୀନ ହେଉଥିବା ସମସ୍ୟା ଏବଂ ବହୁଭାଷୀ ଓ ବହୁସଂସ୍କୃତି ସମ୍ବନ୍ଧିତ ଶିକ୍ଷା ପ୍ରଦାନରେ ଶିକ୍ଷକଙ୍କ ଅଭାବ ଦୂର କରିବା ଚଳିତବର୍ଷ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ରହିଛି।
ସୂଚନାଯୋଗ୍ୟ, ୧୯୯୩ରେ ୧୨୫ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା କିସ୍‌ ଏବେ ବିଶ୍ୱର ସର୍ବବୃହତ ଆବାସିକ ଓ ଜନଜାତି ଶିକ୍ଷାନୁଷ୍ଠାନରେ ପରିଣତ ହୋଇଛି। ଏଥିସହ ୨୦୧୫ରୁ କିସ୍‌ ଜାତିସଂଘର ଅର୍ଥନୈତିକ ଓ ସାମାଜିକ ପରିଷଦ ଦ୍ୱାରା ସ୍ପେଶାଲ୍‌ କନ୍‌ସଲ୍‌ଟେଟିଭ୍‌ର ମାନ୍ୟତା ପାଇଛି। ଏଠାରେ ଅଧ୍ୟୟନରତ ୩୦ହଜାର ଜନଜାତି ଛାତ୍ରୀଛାତ୍ର ଏବଂ ଉତ୍ତୀର୍ଣ୍ଣ ୪୦ହଜାର ପୁରାତନ ଛାତ୍ରୀଛାତ୍ରଙ୍କୁ ସେମାନଙ୍କର ସାମଗ୍ରିକ ବିକାଶ, ଧନ୍ଦାମୂଳକ ତାଲିମ ଓ କ୍ରୀଡାରେ ଉତ୍କର୍ଷତା ପ୍ରତିପାଦନ ନିମନ୍ତେ କିସ୍‌ ସମସ୍ତ ପ୍ରକାର ସୁଯୋଗ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri