Posted inଖେଳ

ପୂର୍ବାଞ୍ଚଳରୁ ପ୍ରତିନିଧିତ୍ୱ କରିବ କିସ୍‌

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ ସହଯୋଗରେ ଚେନ୍ନାଇସ୍ଥିତ ଏଏମ୍‌ଇଟି ବିଶ୍ୱବିଦ୍ୟାଳୟ ପରିସରରେ ଚଳିତ ମାସ ୧୪ରୁ ସର୍ବଭାରତୀୟ ଆନ୍ତଃ ଜୋନ୍‌ ବିଶ୍ୱବିଦ୍ୟାଳୟ ଚେସ୍‌ (ପୁରୁଷ) ଚାମ୍ପିୟନଶିପ୍‌ ଆରମ୍ଭ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତାରେ ପୂର୍ବାଞ୍ଚଳ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ କିସ୍‌ ବିଶ୍ୱବିଦ୍ୟାଳୟ ଦଳ ଯୋଗ୍ୟତା ଅର୍ଜନ କରିଛି।

ସଞ୍ଜୟ କୁମାର ନାୟକ, ବୀରେନ୍ଦ୍ର ରାଇତା, ଅକ୍ଷୟ ଶବର ଓ ଉତ୍ତର ଛତ୍ରିଆ କିସ୍‌ ଦଳର ସଦସ୍ୟ ଥିବାବେଳେ ଗୌରହରି ମହାପାତ୍ର କୋଚ୍‌ ଦାୟିତ୍ୱ ନିର୍ବାହ କରିବେ। ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ କିସ୍‌ ଦଳ ରବିବାର ଚେନ୍ନାଇ ଯାତ୍ରା କରିଛି। ଭାରତର ୪ ଜୋନ୍‌ ଇଷ୍ଟ, ଓ୍ବେଷ୍ଟ, ନର୍ଥ ଓ ସାଉଥ୍‌ରୁ ଶ୍ରେଷ୍ଠ ୧୬ଟି ଦଳ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବ। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ କିସ୍‌ ଚେସ୍‌ ଦଳକୁ ଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri