Posted inଖେଳ

ପୂର୍ବାଞ୍ଚଳରୁ ପ୍ରତିନିଧିତ୍ୱ କରିବ କିସ୍‌

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ ସହଯୋଗରେ ଚେନ୍ନାଇସ୍ଥିତ ଏଏମ୍‌ଇଟି ବିଶ୍ୱବିଦ୍ୟାଳୟ ପରିସରରେ ଚଳିତ ମାସ ୧୪ରୁ ସର୍ବଭାରତୀୟ ଆନ୍ତଃ ଜୋନ୍‌ ବିଶ୍ୱବିଦ୍ୟାଳୟ ଚେସ୍‌ (ପୁରୁଷ) ଚାମ୍ପିୟନଶିପ୍‌ ଆରମ୍ଭ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତାରେ ପୂର୍ବାଞ୍ଚଳ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ କିସ୍‌ ବିଶ୍ୱବିଦ୍ୟାଳୟ ଦଳ ଯୋଗ୍ୟତା ଅର୍ଜନ କରିଛି।

ସଞ୍ଜୟ କୁମାର ନାୟକ, ବୀରେନ୍ଦ୍ର ରାଇତା, ଅକ୍ଷୟ ଶବର ଓ ଉତ୍ତର ଛତ୍ରିଆ କିସ୍‌ ଦଳର ସଦସ୍ୟ ଥିବାବେଳେ ଗୌରହରି ମହାପାତ୍ର କୋଚ୍‌ ଦାୟିତ୍ୱ ନିର୍ବାହ କରିବେ। ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ କିସ୍‌ ଦଳ ରବିବାର ଚେନ୍ନାଇ ଯାତ୍ରା କରିଛି। ଭାରତର ୪ ଜୋନ୍‌ ଇଷ୍ଟ, ଓ୍ବେଷ୍ଟ, ନର୍ଥ ଓ ସାଉଥ୍‌ରୁ ଶ୍ରେଷ୍ଠ ୧୬ଟି ଦଳ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବ। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ କିସ୍‌ ଚେସ୍‌ ଦଳକୁ ଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri