Posted inଖେଳ

କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍‌ ପୁରସ୍କୃତ

ଭୁବନେଶ୍ୱର, ୫।୧୨(ତପନ ସ୍ବାଇଁ): ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ  କିଟ୍‌କୁ ସମ୍ମାନଜନକ ସିଆଇଆଇ ସ୍ପୋଟର୍‌ସ ବିଜନେସ ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ସିଆଇଆଇ କ୍ରୀଡ଼ା ଜାତୀୟ କମିଟିର ଅଧ୍ୟକ୍ଷ ଚାଣକ୍ୟ ଚୌଧୁରୀଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଦେଶରେ ସର୍ବୋତ୍କୃଷ୍ଟ କ୍ରୀଡ଼ା ଭିତ୍ତିଭୂମି ବିଭାଗରେ କିଟ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ସେହିପରି ଶ୍ରେଷ୍ଠ କ୍ରୀଡ଼ା ଫ୍ରାଞ୍ଚାଇଜ ଭାବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଶ୍ରେଷ୍ଠ ରାଜ୍ୟ ଭାବେ ତାମିଲନାଡୁକୁ ପୁରସ୍କୃତ କରାଯାଇଛି। ସେହିପରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ନେତୃତ୍ୱ ନିମନ୍ତେ ବିସିସିଆଇ ସମ୍ପାଦକ ତଥା ଏସିଆନ୍‌ କ୍ରିକେଟ କାଉନ୍‌ସିଲ ଅଧ୍ୟକ୍ଷ ଜୟ ଶାହଙ୍କୁ ଶ୍ରେଷ୍ଠ କ୍ରୀଡ଼ା ବିଜ୍‌ନେସ୍‌ ଲିଡର ଭାବେ ସମ୍ମାନିତ କରାଯାଇଥିବା ବେଳେ ରିଲାଏନ୍ସ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ତଥା ଚେୟାରପର୍ଶନ ନିତା ଅମ୍ବାନୀ ଏବଂ ଅଚ୍ୟୁତ ସାମନ୍ତଙ୍କୁ କ୍ରୀଡ଼ା ବିଜ୍‌ନେସ୍‌ ଲିଡର ଭାବେ ସମ୍ମାନିତ କରାଯାଇଛି। ପୁରସ୍କାର ଚୟନ କମିଟିରେ ଅଭିନବ ବିନ୍ଦ୍ରା, ମାଇକେଲ ୱାଡେ, ଅଭିଶେଷ ବିନୟକିୟା, ନିକି କାୱାର୍ଡ ଓ ଆହନା ମହୋତ୍ରା ପ୍ରମୁଖ ସଦସ୍ୟ ରହିଥିଲେ।

ପ୍ରକାଶ ଯୋଗ୍ୟ ଯେ, କିଟ୍‌ ଦୀର୍ଘ ୨୦ ବର୍ଷ ହେଲା କ୍ରୀଡ଼ା କ୍ଷେତ୍ରରେ ବ୍ୟାପକ ଯୋଗଦାନ ରଖି ଆସିଛି। ଏହା କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ବିକାଶ ଦିଗରେ କାର୍ଯ୍ୟ କରିଆସୁଛି। କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ କିଟ୍‌ ଏହା ପୂର୍ବରୁ ଭାରତ ସରକାରଙ୍କଠାରୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର, ଫିକି ପୁରସ୍କାର, ସ୍ପୋର୍ଟଷ୍ଟାର ଏସେସ୍‌ ପୁରସ୍କାର, ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ ପଟ୍ଟନାୟକ ଖେଳ ପୁରସ୍କାର ମଧ୍ୟ ହାସଲ କରିଛି। ଏହି ପୁରସ୍କାରକୁ ଅଚ୍ୟୁତ କିଟ୍‌ ଓ କିସ୍‌ର କର୍ମଚାରୀ, ଛାତ୍ରୀଛାତ୍ର ବିଶେଷ କରି କ୍ରୀଡ଼ା ବିଭାଗ ଓ କିଟ୍‌ର କ୍ରୀଡ଼ାବିତ୍‌ଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହା ସହିତ କ୍ରୀଡ଼ା କ୍ଷେତ୍ରରେ ପ୍ରେରଣା ଓ ସହଯୋଗ ପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri