କିଟ୍‌-କିସ୍‌ ଓ ଏନ୍‌ଜିଏମ୍‌ଏ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): କିଟ୍‌-କିସ୍‌ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍‌ଜିଏମ୍‌ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ ଏବଂ ଯୁବ ଓ କ୍ରୀଡ଼ା ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଡ. ବିନୟ ସହସ୍ରବୁଦ୍ଧେ, ଭାରତୀୟ ସାଂସ୍କୃତିକ ସମ୍ପର୍କ ପରିଷଦର ମହାନିର୍ଦ୍ଦେଶକ ଦୀନେଶ କୁମାର ପଟ୍ଟନାୟକ ଓ କିସ୍‌ ପରାମର୍ଶଦାତା ଡ. ସୁରଜ କୁମାରଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ରରେ କିଟ୍‌-କିସ୍‌ ପକ୍ଷରୁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ ଏନ୍‌ଜିଏମ୍‌ଏ ପକ୍ଷରୁ ମହାନିର୍ଦ୍ଦେଶକ ଅଦ୍ୱୈତ ଗଡ଼ନାୟକ ସ୍ବାକ୍ଷର କରିଥିଲେ। ଏହି ଅବସରରେ ସାମନ୍ତ କହିଲେ, କିଟ୍‌-କିସ୍‌ ଇତିହାସରେ ଏଭଳି ବୁଝାମଣା ପ୍ରଥମ। ଆଜିର କଳ୍ପନା ଆସନ୍ତା କାଲିର ଉଦ୍ଭାବନ। କଳା ହେଉଛି ଏକ କଳ୍ପନା ଯାହା ପ୍ରେରଣା ଦ୍ୱାରା ବାସ୍ତବରେ ପରିଣତ ହୋଇଥାଏ ବୋଲି ସାମନ୍ତ କହିଥିଲେ। ଏହି ବୁଝାମଣା ପତ୍ର ଅନୁସାରେ କିଟ୍‌-କିସ୍‌ ଓ ଏନ୍‌ଜିିଏମ୍‌ଏ ମିଳିତ ଭାବେ ଜନଜାତି କଳା, ସଂସ୍କୃତି, ହସ୍ତକଳା ଆଦିର ସୁରକ୍ଷା, ସଂରକ୍ଷଣ ଓ ପ୍ରୋତ୍ସାହନ ଦିଗରେ କାର୍ଯ୍ୟ କରିବେ। ଏଥିପାଇଁ ଉଭୟ ଅନୁଷ୍ଠାନ ମିଳିତ ଭାବେ ଗବେଷଣା, ଅଭିଲେଖ ପ୍ରସ୍ତୁତି, ସମସାମୟିକ ଜନଜାତି କଳାର ପ୍ରଦର୍ଶନୀ, ଆଲୋଚନାଚକ୍ର, ସମ୍ମିଳନୀ ଆଦି ଆୟୋଜନ କରିବେ। ଏହି ବୁଝାମଣା ହେଉଛି ଯୁବ ଜନଜାତି କଳାକାରଙ୍କ ମଧ୍ୟରେ ଜନଜାତି କଳା, ହସ୍ତକଳା ଓ ପରମ୍ପରାକୁ ପୁନର୍ଜୀବିତ କରିବା ଦିଗରେ ଏକ ପ୍ରୟାସ। ଏହା ଛଡ଼ା ଉଭୟ ଅନୁଷ୍ଠାନ ଲୁପ୍ତ ଜନଜାତି-ସଙ୍ଗୀତ, ନୃତ୍ୟ, ନାଟକ, ସାହିତ୍ୟ, ଲଳିତ କଳା ଆଦିକୁ ପ୍ରୋତ୍ସାହନ, ପ୍ରସାର ଓ ପ୍ରଚାର କରିବେ। ଜନଜାତି କଳା ଇତିହାସ କ୍ଷେତ୍ରରେ ଉଚ୍ଚତର ଶିକ୍ଷା ଓ ଗବେଷଣା ପାଇଁ କିଟ୍‌-କିସ୍‌କୁ ଏନ୍‌ଜିଏମ୍‌ଏ ସମସ୍ତ ବୈଷୟିକ ସହାୟତା ଯୋଗାଇ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri