କିଟ୍‌-କିସ୍‌ ଓ ଏନ୍‌ଜିଏମ୍‌ଏ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): କିଟ୍‌-କିସ୍‌ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍‌ଜିଏମ୍‌ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ ଏବଂ ଯୁବ ଓ କ୍ରୀଡ଼ା ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଡ. ବିନୟ ସହସ୍ରବୁଦ୍ଧେ, ଭାରତୀୟ ସାଂସ୍କୃତିକ ସମ୍ପର୍କ ପରିଷଦର ମହାନିର୍ଦ୍ଦେଶକ ଦୀନେଶ କୁମାର ପଟ୍ଟନାୟକ ଓ କିସ୍‌ ପରାମର୍ଶଦାତା ଡ. ସୁରଜ କୁମାରଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ରରେ କିଟ୍‌-କିସ୍‌ ପକ୍ଷରୁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ ଏନ୍‌ଜିଏମ୍‌ଏ ପକ୍ଷରୁ ମହାନିର୍ଦ୍ଦେଶକ ଅଦ୍ୱୈତ ଗଡ଼ନାୟକ ସ୍ବାକ୍ଷର କରିଥିଲେ। ଏହି ଅବସରରେ ସାମନ୍ତ କହିଲେ, କିଟ୍‌-କିସ୍‌ ଇତିହାସରେ ଏଭଳି ବୁଝାମଣା ପ୍ରଥମ। ଆଜିର କଳ୍ପନା ଆସନ୍ତା କାଲିର ଉଦ୍ଭାବନ। କଳା ହେଉଛି ଏକ କଳ୍ପନା ଯାହା ପ୍ରେରଣା ଦ୍ୱାରା ବାସ୍ତବରେ ପରିଣତ ହୋଇଥାଏ ବୋଲି ସାମନ୍ତ କହିଥିଲେ। ଏହି ବୁଝାମଣା ପତ୍ର ଅନୁସାରେ କିଟ୍‌-କିସ୍‌ ଓ ଏନ୍‌ଜିିଏମ୍‌ଏ ମିଳିତ ଭାବେ ଜନଜାତି କଳା, ସଂସ୍କୃତି, ହସ୍ତକଳା ଆଦିର ସୁରକ୍ଷା, ସଂରକ୍ଷଣ ଓ ପ୍ରୋତ୍ସାହନ ଦିଗରେ କାର୍ଯ୍ୟ କରିବେ। ଏଥିପାଇଁ ଉଭୟ ଅନୁଷ୍ଠାନ ମିଳିତ ଭାବେ ଗବେଷଣା, ଅଭିଲେଖ ପ୍ରସ୍ତୁତି, ସମସାମୟିକ ଜନଜାତି କଳାର ପ୍ରଦର୍ଶନୀ, ଆଲୋଚନାଚକ୍ର, ସମ୍ମିଳନୀ ଆଦି ଆୟୋଜନ କରିବେ। ଏହି ବୁଝାମଣା ହେଉଛି ଯୁବ ଜନଜାତି କଳାକାରଙ୍କ ମଧ୍ୟରେ ଜନଜାତି କଳା, ହସ୍ତକଳା ଓ ପରମ୍ପରାକୁ ପୁନର୍ଜୀବିତ କରିବା ଦିଗରେ ଏକ ପ୍ରୟାସ। ଏହା ଛଡ଼ା ଉଭୟ ଅନୁଷ୍ଠାନ ଲୁପ୍ତ ଜନଜାତି-ସଙ୍ଗୀତ, ନୃତ୍ୟ, ନାଟକ, ସାହିତ୍ୟ, ଲଳିତ କଳା ଆଦିକୁ ପ୍ରୋତ୍ସାହନ, ପ୍ରସାର ଓ ପ୍ରଚାର କରିବେ। ଜନଜାତି କଳା ଇତିହାସ କ୍ଷେତ୍ରରେ ଉଚ୍ଚତର ଶିକ୍ଷା ଓ ଗବେଷଣା ପାଇଁ କିଟ୍‌-କିସ୍‌କୁ ଏନ୍‌ଜିଏମ୍‌ଏ ସମସ୍ତ ବୈଷୟିକ ସହାୟତା ଯୋଗାଇ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri