ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‌ ଦେଶର ୫ମ

ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ୨୦୨୧-୨୨ ଶିକ୍ଷାବର୍ଷରେ ଓଡ଼ିଶାକୁ ସର୍ବାଧିକ ବିଦେଶୀ ଛାତ୍ରୀଛାତ୍ର ଶିକ୍ଷାଲାଭ ପାଇଁ ଆସିଛନ୍ତି। ନୀତି ଆୟୋଗ ରିପୋର୍ଟରେ ଭାରତର କେଉଁ ରାଜ୍ୟରେ କେତେ ପିଲା ପଢୁଥିଲେ ଓ ସଂଖ୍ୟା କେତେ ବୃଦ୍ଧି ପାଇଛି ସେନେଇ ବିସ୍ତୃତ ସୂଚନା ଦିଆଯାଇଛି। ଏହି ତଥ୍ୟ ମୁତାବକ, ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆପଣାଇବାରେ ଭାରତର ଶ୍ରେଷ୍ଠ ୧୦ଟି ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ସେହିପରି ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ପ୍ରଥମ ସ୍ଥାନ ପାଇଛି। ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆପଣାଇବାରେ କିଟ୍‌ ଦେଶରେ ପଞ୍ଚମ ସ୍ଥାନରେ ରହିଛି। ରିପୋର୍ଟରେ କୁହାଯାଇଛି ଯେ, କୋଲକାତା ଓ ହାଇଦ୍ରାବାଦ ଆଦି କସ୍‌ମୋପଲିଟାନ ନଗର ହୋଇଥିବାବେଳେ ପଶ୍ଚିମବଙ୍ଗ, ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶଠାରୁ ଓଡ଼ିଶାରେ ଅଧିକ ବିଦେଶୀ ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ଦେଶର ପୂର୍ବାଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ମୋଟ ୨୩୬୨ ବିଦେଶୀ ଛାତ୍ରୀଛାତ୍ର ଶିକ୍ଷା ଲାଭ କରୁଥିବାବେଳେ ସେମାନଙ୍କ ମଧ୍ୟରୁ କେବଳ କିଟ୍‌ରେ ବିଶ୍ୱର ୭୦ଟି ଦେଶର ୨ହଜାର ଛାତ୍ରୀଛାତ୍ର ଅଛନ୍ତି। ଭାରତର ୫ଟି ଘରୋଇ ବିଶ୍ୱବିଦ୍ୟାଳୟରେ ସର୍ବାଧିକ ବିଦେଶୀ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରୁଥିବା କିଟ୍‌ ୫ମ ସ୍ଥାନରେ ରହିଛି। ବର୍ତ୍ତମାନ ସୁଦ୍ଧା ୫ ହଜାରରୁ ଊର୍ଦ୍ଧ୍ୱ ବିଦେଶୀ ଛାତ୍ରୀଛାତ୍ର କିଟ୍‌ରୁ ଉତ୍ତୀର୍ଣ୍ଣ ହୋଇସାରିଛନ୍ତି। ୨୦୧୨ରେ ଓଡ଼ିଶାରେ ମାତ୍ର ୧୨ଜଣ ବିଦେଶୀ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଏବେ କେବଳ କିଟ୍‌ରେ ୨ହଜାରରୁ ଊର୍ଦ୍ଧ୍ୱ ବିଦେଶୀ ଶିକ୍ଷାର୍ଥୀ ଅଧ୍ୟୟନ କରୁଛନ୍ତି। ଆଗାମୀ ଶିକ୍ଷାବର୍ଷରେ କିଟ୍‌ରେ ବିଦେଶୀ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଶା ପ୍ରକାଶ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri