ପ୍ରତିରକ୍ଷା ଷ୍ଟାର୍ଟଅପ୍‌ କ୍ଷେତ୍ରରେ କାର୍ଯ୍ୟ କରିବ କିଟ୍‌ ଟିବିଆଇ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଇନୋଭେଶନ୍‌ ଫର୍‌ ଡିଫେନ୍ସ ଏକ୍ସିଲେନ୍ସ(ଆଇଡେକ୍ସ) ନିମନ୍ତେ କିଟ୍‌ ଟେକ୍ନୋଲୋଜି ବିଜ୍‌ନେସ୍‌ ଇନ୍‌କ୍ୟୁବେଟର (କିଟ୍‌ ଟିବିଆଇ) ଏକ ସହଯୋଗୀ ଇନ୍‌କ୍ୟୁବେଟର ଭାବେ ମନୋନୀତ ହୋଇଛି। ପ୍ରତିରକ୍ଷା ଓ ଏରୋସ୍ପେସ୍‌ କ୍ଷେତ୍ରରେ ଭାରତକୁ ସ୍ବାବଲମ୍ବୀ କରାଇବା ସହ ସର୍ଜନା ଓ ବୈଷୟିକ ବିକାଶ ଲକ୍ଷ୍ୟ ପୂରଣ ଦିଗରେ ଆଇଡେକ୍ସ ହେଉଛି ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ପ୍ରତିରକ୍ଷା ଉତ୍ପାଦନ ବିଭାଗର ଏକ ପ୍ରୟାସ। ଆଇଡେକ୍ସ ନିମନ୍ତେ ଦେଶରୁ ୫ ଇନ୍‌କ୍ୟୁବେଟର ସହଯୋଗୀ ମନୋନୀତ ହୋଇଥିବାବେଳେ ଏଥିରେ କିଟ୍‌-ଟିବିଆଇ ହେଉଛି ଅନ୍ୟତମ।

ଏ ସମ୍ପର୍କରେ ଗୁଜରାଟର ଅହମ୍ମଦାବାଦଠାରେ ଚାଲିଥିବା ଡିଫେନ୍ସ ଏକ୍ସପୋ-୨୦୨୨ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ସଚିବ ଡ. ଅଜୟ କୁମାର, ପ୍ରତିରକ୍ଷା ଉତ୍ପାଦନ ବିଭାଗର ଅତିରିକ୍ତ ସଚିବ ସଞ୍ଜୟ ଜଜୁ, ସେନାବାହିନୀ ପ୍ରମୁଖ ଜେନେରୋଲ ଅନିଲ ଚୌହାନ, ସ୍ଥଳସେନା ମୁଖ୍ୟ ମନୋଜ ପାଣ୍ଡେ, ନୌସେନା ମୁଖ୍ୟ ଆଡ୍‌ମିରାଲ୍‌ ଆର୍‌. ହରି କୁମାର, ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ୍‌ ଭି.ଆର୍‌. ଚୌହ୍ବାନଙ୍କ ଉପସ୍ଥିତିରେ ଏହି ଘୋଷଣା କରାଯାଇଥିଲା। ଏନେଇ କିଟ୍‌-ଟିବିଆଇ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ମୃତ୍ୟୁଞ୍ଜୟ ସୁଆର ଓ ଆଇଡେକ୍ସ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଥିଲା। ଆଇଡେକ୍ସର ସହଯୋଗୀ ଇନ୍‌କ୍ୟୁବେଟର୍‌ ଭାବେ କିଟ୍‌-ଟିବିଆଇ ପ୍ରତିରକ୍ଷା ସମ୍ପର୍କିତ ଷ୍ଟାର୍ଟଅପ୍‌ର କ୍ଷମତା ନିର୍ମାଣ କରିବା ସହ ଏହାର ଅଭିବୃଦ୍ଧି ଦିଗରେ ମାର୍ଗଦର୍ଶନ କରିବ ବୋଲି ଡ. ସୁଆର କହିଛନ୍ତି। ଏହି ସଫଳତା ପାଇଁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ଡ. ସୁଆରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri