ପ୍ରତିରକ୍ଷା ଷ୍ଟାର୍ଟଅପ୍‌ କ୍ଷେତ୍ରରେ କାର୍ଯ୍ୟ କରିବ କିଟ୍‌ ଟିବିଆଇ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଇନୋଭେଶନ୍‌ ଫର୍‌ ଡିଫେନ୍ସ ଏକ୍ସିଲେନ୍ସ(ଆଇଡେକ୍ସ) ନିମନ୍ତେ କିଟ୍‌ ଟେକ୍ନୋଲୋଜି ବିଜ୍‌ନେସ୍‌ ଇନ୍‌କ୍ୟୁବେଟର (କିଟ୍‌ ଟିବିଆଇ) ଏକ ସହଯୋଗୀ ଇନ୍‌କ୍ୟୁବେଟର ଭାବେ ମନୋନୀତ ହୋଇଛି। ପ୍ରତିରକ୍ଷା ଓ ଏରୋସ୍ପେସ୍‌ କ୍ଷେତ୍ରରେ ଭାରତକୁ ସ୍ବାବଲମ୍ବୀ କରାଇବା ସହ ସର୍ଜନା ଓ ବୈଷୟିକ ବିକାଶ ଲକ୍ଷ୍ୟ ପୂରଣ ଦିଗରେ ଆଇଡେକ୍ସ ହେଉଛି ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ପ୍ରତିରକ୍ଷା ଉତ୍ପାଦନ ବିଭାଗର ଏକ ପ୍ରୟାସ। ଆଇଡେକ୍ସ ନିମନ୍ତେ ଦେଶରୁ ୫ ଇନ୍‌କ୍ୟୁବେଟର ସହଯୋଗୀ ମନୋନୀତ ହୋଇଥିବାବେଳେ ଏଥିରେ କିଟ୍‌-ଟିବିଆଇ ହେଉଛି ଅନ୍ୟତମ।

ଏ ସମ୍ପର୍କରେ ଗୁଜରାଟର ଅହମ୍ମଦାବାଦଠାରେ ଚାଲିଥିବା ଡିଫେନ୍ସ ଏକ୍ସପୋ-୨୦୨୨ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ସଚିବ ଡ. ଅଜୟ କୁମାର, ପ୍ରତିରକ୍ଷା ଉତ୍ପାଦନ ବିଭାଗର ଅତିରିକ୍ତ ସଚିବ ସଞ୍ଜୟ ଜଜୁ, ସେନାବାହିନୀ ପ୍ରମୁଖ ଜେନେରୋଲ ଅନିଲ ଚୌହାନ, ସ୍ଥଳସେନା ମୁଖ୍ୟ ମନୋଜ ପାଣ୍ଡେ, ନୌସେନା ମୁଖ୍ୟ ଆଡ୍‌ମିରାଲ୍‌ ଆର୍‌. ହରି କୁମାର, ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ୍‌ ଭି.ଆର୍‌. ଚୌହ୍ବାନଙ୍କ ଉପସ୍ଥିତିରେ ଏହି ଘୋଷଣା କରାଯାଇଥିଲା। ଏନେଇ କିଟ୍‌-ଟିବିଆଇ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ମୃତ୍ୟୁଞ୍ଜୟ ସୁଆର ଓ ଆଇଡେକ୍ସ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଥିଲା। ଆଇଡେକ୍ସର ସହଯୋଗୀ ଇନ୍‌କ୍ୟୁବେଟର୍‌ ଭାବେ କିଟ୍‌-ଟିବିଆଇ ପ୍ରତିରକ୍ଷା ସମ୍ପର୍କିତ ଷ୍ଟାର୍ଟଅପ୍‌ର କ୍ଷମତା ନିର୍ମାଣ କରିବା ସହ ଏହାର ଅଭିବୃଦ୍ଧି ଦିଗରେ ମାର୍ଗଦର୍ଶନ କରିବ ବୋଲି ଡ. ସୁଆର କହିଛନ୍ତି। ଏହି ସଫଳତା ପାଇଁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ଡ. ସୁଆରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri