Posted inଖେଳ

ରଗ୍‌ବୀ ସେମିରେ କିଟ୍‌ ମହିଳା, ପୁରୁଷ ଦଳ

ଭୁବନେଶ୍ୱର, ୨୬ା୫ (ସ୍ପୋଟର୍‌ସ ବ୍ୟୁରୋ): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ରଗ୍‌ବୀ ବିଭାଗରେ କିଟ୍‌ ବିଶ୍ୱବିଦ୍ୟାଳୟର ମହିଳା ଓ ପୁରୁଷ ଦଳ ସେମି ଫାଇନାଲରେ ପ୍ରବେଶ କରିଛନ୍ତି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଓ ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌(ଏଆଇୟୁ)ର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜିତ ହେଉଛି। କିଟ୍‌ ପୁରୁଷ ରଗ୍‌ବୀ ଦଳ ତୃତୀୟ ଲିଗ୍‌ ମ୍ୟାଚରେ ୪୦-୦ରେ ଶିବାଜୀ ବିଶ୍ୱ ବିଦ୍ୟାଳୟ କୋହ୍ଲାପୁରକୁ ପରାସ୍ତ କରିଥିଲା। ସମାନ ଢଙ୍ଗରେ କିଟ୍‌ ମହିଳା ଦଳ ୩୬-୫ରେ ଶିବାଜୀ ବିଶ୍ୱ ବିଦ୍ୟାଳୟ କୋହ୍ଲାପୁରକୁ ପରାସ୍ତ କରିଛି। କ୍ୱାର୍ଟର ଫାଇନାଲରେ କିଟ୍‌ ପୁରୁଷ ଦଳ ୨୨-୫ରେ କାଲିକଟ୍‌ ବିଶ୍ୱ ବିଦ୍ୟାଳୟକୁ ପରାସ୍ତ କରିଥିଲା। ମହିଳା ଦଳ ଏହାର କ୍ୱାର୍ଟର ଫାଇନାଲରେ ୨୦-୦ରେ କିସ୍‌ ବିଶ୍ୱ ବିଦ୍ୟାଳୟକୁ ପରାସ୍ତ କରିଛି। ଶୁକ୍ରବାର ସେମି ଫାଇନାଲରେ ପୁରୁଷ ଦଳ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି ପଞ୍ଜାବ ଓ ମହିଳା ଦଳ ଶିବାଜୀ ବିଶ୍ୱ ବିଦ୍ୟାଳୟ କୋହ୍ଲାପୁରକୁ ଭେଟିବ।
ଟେନିସ୍‌ରେ କିଟ୍‌ ମହିଳା ଦଳ ୩-୦ରେ ରୋହତକର ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟକୁ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ମହିଳା ଫୁଟବଲ ମ୍ୟାଚରେ୦-୨ ଗୋଲରେ ଜିଏନ୍‌ଡିୟୁ, ଅମ୍ରିତସର ନିକଟରୁ ପରାଜିତ ହୋଇଛି। ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ହକି ଦଳ ଶୁକ୍ରବାର ଏହାର ଅଭିଯାନ ଆରମ୍ଭ କରିବ। ସେହିପରି ସନ୍ତରଣରେ ଉତ୍କଳ ବିଶ୍ୱ ବିଦ୍ୟାଳୟ ମଧ୍ୟ ଶୁକ୍ରବାର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri