Posted inଖେଳ

କିଟ୍‌ ମହିଳା ଭଲିବଲ ଦଳକୁ ସର୍ବଭାରତୀୟ ଯୋଗ୍ୟତା

ଭୁବନେଶ୍ୱର, ୮।୧୨ (କ୍ରୀଡ଼ା ପ୍ରତିନିଧି): ବାଲେଶ୍ୱରର ଫକିର ମୋହନ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଭଲିବଲ ଟୁର୍ନାମେଣ୍ଟରେ ପ୍ରଭାବୀ ପ୍ରଦର୍ଶନ କରି କିଟ୍‌ ବିଶ୍ୱବିଦ୍ୟାଳୟ ସର୍ବଭାରତୀୟ ଏବଂ ଖେଲୋ ଇଣ୍ଡିଆ ଭଲିବଲ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଗତ ୫ ତାରିଖରୁ ଆରମ୍ଭ ହୋଇଥିବା ପ୍ରତିଯୋଗିତା ଗୁରୁବାର ଶେଷ ହେବ। ପୁଲ୍‌ କ୍ୱାଲିଫାଇଂରେ କିଟ୍‌ ବିଶ୍ୱବିଦ୍ୟାଳୟ ବିହାରର ଟି.ଏମ. ଭାଗଲପୁରକୁ ୩-୦ (୨୫-୫, ୨୫-୧୩, ୨୫-୧୪)ରେ ପରାସ୍ତ କରିଥିଲା।

ସୁପରଲିଗ୍‌ରେ କିଟ୍‌ ୩-୦ରେ ବର୍ଦ୍ଧମାନ ବିଶ୍ୱବିଦ୍ୟାଳୟକୁ ହରାଇ ଦେଇଥିଲା। କିଟ୍‌ ସହିତ ଆଡାମ୍ସ ବିଶ୍ୱବିଦ୍ୟାଳୟ, ୟୁନିଭର୍ସିଟି ଅଫ୍‌ ବର୍ଦ୍ଧମାନ ଏବଂ ୟୁନିଭର୍ସିଟି ଅଫ୍‌ କଲିକତା ସର୍ବଭାରତୀୟ ଯୋଗ୍ୟତା ପାଇଛି। ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଭଲିବଲ ଚାମ୍ପିୟନଶିପ୍‌ କେରଳର କୋଟାୟାମସ୍ଥିତ ମହାତ୍ମାଗାନ୍ଧୀ ବିଶ୍ୱବିଦ୍ୟାଳୟ ପରିସରରେ ୨୦୨୩ ଜାନୁୟାରୀ ୨ରୁ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କିଟ୍‌ ଦଳରେ ସାମିଲ ଥିବା ଖେଳାଳିମାନେ ହେଲେ ଶିବାନୀ ପ୍ରିୟଦର୍ଶିନୀ, ମାମାଲି ନାଗ୍‌, ସ୍ନେହମୟୀ କିଶାନ, ପ୍ରିୟମ୍ବଦା ଦାଶ, ସସ୍ମିତା ଦେହୁରୀ, ରିବିକା ବାର୍ଲା, ବବି ସିଂ, ଝନ ମୁର୍ମୁ, ସାଲ୍‌ମା ମୁର୍ମୁ, ଗୀତାରାଣୀ ସାଇ, ପୁଷ୍ପାଞ୍ଜଳି ଭୋଇ, ସିବିୟାନ୍ତି ଟିଗା। କୋଚ୍‌-ସଙ୍ଗୀତା ଟପ୍ପୋ।


Enter your email to get our daily news in your inbox.

All Right Reserved By Dharitri.Com

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri