ଧରିତ୍ରୀରେ ଖବର ପ୍ରକାଶ ପରେ ଲାଣ୍ଡାଗୁଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ ଘର ନିର୍ମାଣ

ଦାରିଙ୍ଗବାଡି,୨୪।୯ (ଅରୁଣ ସାହୁ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ପାଇଁ ଗୁରୁତ୍ୱ ଦେଇ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ପାଠ୍ୟ ପୁସ୍ତକ, ପୋଷାକ ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ସହ ପୁଷ୍ଟିକର ଖାଦ୍ୟରେ ମାଣ୍ଡିଆ ଲଡ଼ୁ ଆଦି ପ୍ରଦାନ କରୁଛନ୍ତି। ଏଥିପାଇଁ ସରକାର ଭିତ୍ତି ଭୂମିକୁ ସୁଦୃଢ଼ କରିଥିବା ମଧ୍ୟ ଦେଖିବାକୁ ମିଳିଛି। ତେବେ ଝିଞ୍ଜିରୀଗୁଡା ପଞ୍ଚାୟତ ଲାଣ୍ଡାଗୁଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ ଘର ପାଇଁ ସରକାର ଅନୁଦାନ ଦେଇଥିଲେ ସୁଦ୍ଧା ରୋଷେଇ ଗୃହ ନିର୍ମାଣରେ ପଞ୍ଚାୟତ ଓ ବିଦ୍ୟାଳୟ ପକ୍ଷରୁ ସମ୍ମନ୍ନୟ ଅଭାବରୁ ନିର୍ମାଣ କାର୍ଯ୍ୟରେ ଅହେତୁକ ଅବହେଳା ପ୍ରଦର୍ଶନ କରାଯାଉଥିଲା।
ଏ ନେଇ ଧରିତ୍ରୀରେ ଅଗଷ୍ଟ ମାସରେ ଖବର ପ୍ରକାଶିତ ହୋଇଥିଲା । ପରେ ପଞ୍ଚାୟତ ଓ ବିଦ୍ୟାଳୟ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଥିଲା। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ ରୋଷେଇ ଶାଳ ନର୍ମାଣ କରାଗଲା। ଫଳରେ ରୋଷେୟାଙ୍କ ମୁହଁରେ ହସ ଫୁଟିଲା। ବର୍ଷା ହେଲେ ମଧ୍ୟ କୌଣସି ଅସୁବିଧା ହେଉ ନ ଥିବା ସୁକାନ୍ତି ଉଠାଣସିଂ କହିଛନ୍ତି।
ସେହିପରି ବିଡିଓ ପ୍ରୀତିରଞ୍ଜନ ରଥ ଦାରିଙ୍ଗବାଡିରେ ଦାୟିତ୍ୱ ନେବାପର ଠାରୁ ପ୍ରାଥମିକ ବିଦ୍ୟାଳୟ ଗୁଡିକୁ ସ୍ମାର୍ଟ ବିଦ୍ୟାଳୟ ଭାବେ କାର୍ଯ୍ୟ କରାଉଛନ୍ତି। ବ୍ଲକ ଅଞ୍ଚଳରେ ପ୍ରାୟ ୪୬ଟି ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟ କରାଯାଉଥିବା କହିଛନ୍ତି। ଫଳରେ ଲାଣ୍ଡାଗୁଡ଼ି ସମେତ ଅନ୍ୟ ବିଦ୍ୟାଳୟ ଗୁଡିକ ସଜେଇ ହେଉଥିବା ଦେଖିବାକୁ ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri