କିଚରଲିଙ୍ଗ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦାବି

ପାରଳାଖେମୁଣ୍ଡି, ୩ା୯ (ଡି.ଏନ୍‌.ଏ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ ସ୍ଥଳୀ କିଚରଲିଙ୍ଗ। ପାହାଡ଼ ବକ୍ଷରେ ବୋହି ଯାଉଥିବା ଝରଣା ସହ ପ୍ରକୃତିର ମନଲୋଭା ସୃଷ୍ଟିର ଏଭଳି ଏକ ଆକର୍ଷଣୀୟ ସ୍ଥାନ ରହିଛି ଗଜପତି ଜିଲା ନୂଆଗଡ ବ୍ଲକ ସଦରମହକୁମା ଠାରୁ ମାତ୍ର ୫କିମି ଦୂରରେ। ପର୍ବତମାଳାର ପାଦଦେଶରେ କୁଳୁକୁଳୁ ନାଦରେ ବୋହିଯାଉଥିବା ଝରଣା, ଯାହା କିଛିଦୂରରେ ପୋଖରୀରେ ମିଶୁଥିବା ଦୃଶ୍ୟ ସୁଇମିଙ୍ଗ ପୋଲ୍‌ର ଭ୍ରମ ସୃଷ୍ଟି କରୁଛି। ଏଠାରେ ଥିବା କ୍ଷୁଦ୍ର ଜଳ ପ୍ରପାତରେ ଭିଜିବାର ମଜା ଖୁବ ନିଆରା। ପର୍ଯ୍ୟଟନର ବିକାଶ ଦୃଷ୍ଟିରୁ ଏହାର ଉନ୍ନତିକରଣ ଆବଶ୍ୟକ ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା ପୃଥିବୀରାଜ ପାଲ, ଇଫ୍ରିୟମ ପାଣି ପ୍ରମୁଖ।
ବର୍ଷା ଋତୁରେ ଝରଣାର ସ୍ରୋତ ପ୍ରଖର ରହୁଥିବାରୁ ପର୍ଯ୍ୟଟକଙ୍କୁ ବାରଣ କରାଯାଉଥିବା ବେଳେ ଶୀତ ଋତୁରେ ଏହା ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ତେବେ ଏହି ସ୍ଥାନକୁ ଯିବା ନିମନ୍ତେ ରାସ୍ତା ନିର୍ମାଣ କାର୍ଯ୍ୟ ଜାରି ରହିଛି। ଝରଣା ମଧ୍ୟକୁ ପ୍ରବେଶ କରିବାକୁ ପାହାଚ ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ସୃଷ୍ଟି କରିବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଆସନ୍ତା ମାର୍ଚ୍ଚ ସୁଦ୍ଧା ରାସ୍ତା କାର୍ଯ୍ୟ ସଂପୂର୍ଣ୍ଣ ହେବ ବୋଲି କହିଛନ୍ତି ପଞ୍ଚାୟତ ନିର୍ବାହୀ ଅଧିକାରୀ ପି ଗୋପାଳ ରାଓ। ଆଗାମୀ ଦିନରେ ଅଧିକରୁ ଅଧିକ ପର୍ଯ୍ୟଟକ ଆସିବେ ବୋଲି ଆଶା କରାଯାଉଛି। ତେବେ ପ୍ରକୃତିର ଏହି ସୁନ୍ଦର ଅବଦାନକୁ ଆହୁରି ଆକର୍ଷଣ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣର ଅନୁଦାନର ଆବଶ୍ୟକ ରହିଛି। ସେଥିପାଇଁ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri