ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ମଧ୍ୟରେ କିଟ୍‌ର ୨୦ ଗବେଷକ

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଆମେରିକାର ଷ୍ଟାନ୍‌ଫୋର୍ଡ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍‌ ବିଶ୍ୱବିଦ୍ୟାଳୟର ୨୦ଜଣ ଗବେଷକ ସ୍ଥାନ ପାଇଛନ୍ତି। ଏଥିରେ ବିଭିନ୍ନ ବିଷୟରେ ଗବେଷଣା କରୁଥିବା ଏହି ଗବେଷକଙ୍କ ସଫଳତା ବିଷୟରେ ଉଲ୍ଲେଖ କରାଯାଇଛି। ଏହି ସମ୍ମାନଜନକ ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ ପୂର୍ବବର୍ଷ ସ୍ଥାନ ପାଇଥିବା କିଟ୍‌ ସ୍କୁଲ୍‌ ଅଫ୍‌ ମେଡିସିନ ଡିନ୍‌ ପଦ୍ମଶ୍ରୀ ଡା. ସୁବ୍ରତ ଆଚାର୍ଯ୍ୟ, ଡା. ଯୋଗେଶ ଚାୱାଲା, ବିଶିଷ୍ଟ ଗ୍ୟାଷ୍ଟ୍ରୋଏଣ୍ଟେରୋଲଜିଷ୍ଟ ଡା. ଅନୀଲ. ସି. ଆନନ୍ଦ ମଧ୍ୟ ଚଳିତବର୍ଷ ଏହି ତାଲିକାରେ ନିଜର ସ୍ଥାନ ବଜାୟ ରଖିଛନ୍ତି। ଏହି ସମ୍ମାନଜନକ ତାଲିକାରେ ସ୍ଥାନ ପାଇଥିବା କିଟ୍‌ ବିଶ୍ୱବିଦ୍ୟାଳୟର ଅନ୍ୟ ଗବେଷକମାନେ ହେଲେ ସୁରେଶ ଚନ୍ଦ୍ର ଶତପଥୀ, ସିଦ୍ଧାର୍ଥ ସ୍ବରୂପ ରାଉତରାୟ, ଶୁଶ୍ରୁତ ମିଶ୍ର, ତାରାଶଙ୍କର ପାଲ୍‌, ସ୍ବରୂପ କୁମାର ନାୟକ, ପୂର୍ଣ୍ଣଚନ୍ଦ୍ର ମିଶ୍ର, ବିକାଶ ହାସିଜା, କ୍ଷୀରୋଦ କୁମାର ଜେନା, ହୃଦୟ କୁମାର ତ୍ରିପାଠୀ, ଅଶୋକ କୁମାର ସାହୁ, ଦିନଦୟାଲ ମଣ୍ଡଳ, ତୃପ୍ତିମୟୀ ବେହେରା, ଭାର୍ଗବ ଆପାସନୀ, ରବୀନ୍ଦ୍ର କୁମାର ବାରିକ, ମୋନା ପାଠକ, ଆଶିଷ ସିଂହ ଏବଂ ଚନ୍ଦନା ମହାନ୍ତି। କିଟ୍‌ ବିଶ୍ୱବିଦ୍ୟାଳୟ ଗବେଷକଙ୍କ ଏହି ସଫଳତାରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଖୁସି ବ୍ୟକ୍ତ କରିବା ସହ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, କିଟ୍‌ ପ୍ରତିଷ୍ଠା ହେବା ଦିନଠାରୁ ଗୁଣାତ୍ମକ ଶିକ୍ଷାଦାନ ସହ ଗବେଷଣାକୁ ଗୁରୁତ୍ୱ ପ୍ରଦାନ କରିଆସୁଥିବା ବେଳେ ଅଧ୍ୟାପକ ଓ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କ୍ଷେତ୍ରରେ ଗବେଷଣା ପାଇଁ ପ୍ରୋତ୍ସାହିତ କରିଆସୁଛି। ଫଳରେ ଆଜି କିଟ୍‌ର ଏତେ ସଂଖ୍ୟକ ଗବେଷକ ଏହି ତାଲିକାରେ ସ୍ଥାନ ପାଇପାରିଛନ୍ତି। ସୂଚନାଯୋଗ୍ୟ, ବିଜ୍ଞାନର ବିଭିନ୍ନ କ୍ଷେତ୍ରରେ ଗବେଷଣାରତ ବିଶ୍ୱର ୮୦ଲକ୍ଷରୁ ଊର୍ଦ୍ଧ୍ୱ ବୈଜ୍ଞାନିକଙ୍କ ମଧ୍ୟରୁ ମାତ୍ର ୧ଲକ୍ଷ ୮୫ହଜାରରୁ ଊର୍ଦ୍ଧ୍ୱ ଗବେଷକ ଏହି ତାଲିକାରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri