ଦେଶର ୨୪ତମ ର଼୍ୟାଙ୍କ୍‌ରେ କିଟ୍‌

ଭୁବନେଶ୍ୱର,୩।୬(ବ୍ୟୁରୋ): ଦି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୨ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ଓଡ଼ିଶାର କିଟ୍‌ ୨୪ତମ ସ୍ଥାନରେ ରହିଛି। କିଟ୍‌ର ଓଭରାଲ ସ୍କୋର ୩୨+ ରହିଥିବାବେଳେ ସମଗ୍ର ଏସିଆ ମହାଦେଶରେ ୨୦୧+ ର଼୍ୟାଙ୍କିଙ୍ଗ ହାସଲ କରିଛି। ଭାରତର ଅଳ୍ପ କେତେକ ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟ ଏହି ର଼୍ୟାଙ୍କରେ ସ୍ଥାନ ପାଇଛନ୍ତି। ଗବେଷଣା, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‌କମ୍‌ ଆଦି ବିଭିନ୍ନ ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ଏହି ର଼୍ୟାଙ୍କିଙ୍ଗ କରାଯାଇଛି। ଟାଇମ୍ସ ହାୟର୍‌ ଏଜୁକେଶନ୍‌ ପକ୍ଷରୁ କରାଯାଇଥିବା ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ ହେଉଛି ଏକ ବିଶ୍ୱସ୍ତରୀୟ ପ୍ରଦର୍ଶନ ତାଲିକା। ୫୦ବର୍ଷ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ଏସିଆର ଲବ୍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ଚୟନ ପ୍ରକ୍ରିୟାରେ ସାମିଲ୍‌ କରାଯାଇଛି। ତେବେ କିଟ୍‌ ହେଉଛି ୨୫ ବର୍ଷର ଅନୁଷ୍ଠାନ ଓ ମାତ୍ର ୧୮ବର୍ଷର ବିଶ୍ୱବିଦ୍ୟାଳୟ ଭାବେ ଉପରୋକ୍ତ ସମସ୍ତ ମାନଦଣ୍ଡକୁ ପୂରଣ କରି ୨୦୧+ ର଼୍ୟାଙ୍କ୍‌ରେ ରହିଛି। ଏହି ସଫଳତା ପାଇଁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri