ଦେଶର ୨୪ତମ ର଼୍ୟାଙ୍କ୍‌ରେ କିଟ୍‌

ଭୁବନେଶ୍ୱର,୩।୬(ବ୍ୟୁରୋ): ଦି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୨ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ଓଡ଼ିଶାର କିଟ୍‌ ୨୪ତମ ସ୍ଥାନରେ ରହିଛି। କିଟ୍‌ର ଓଭରାଲ ସ୍କୋର ୩୨+ ରହିଥିବାବେଳେ ସମଗ୍ର ଏସିଆ ମହାଦେଶରେ ୨୦୧+ ର଼୍ୟାଙ୍କିଙ୍ଗ ହାସଲ କରିଛି। ଭାରତର ଅଳ୍ପ କେତେକ ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟ ଏହି ର଼୍ୟାଙ୍କରେ ସ୍ଥାନ ପାଇଛନ୍ତି। ଗବେଷଣା, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‌କମ୍‌ ଆଦି ବିଭିନ୍ନ ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ଏହି ର଼୍ୟାଙ୍କିଙ୍ଗ କରାଯାଇଛି। ଟାଇମ୍ସ ହାୟର୍‌ ଏଜୁକେଶନ୍‌ ପକ୍ଷରୁ କରାଯାଇଥିବା ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ ହେଉଛି ଏକ ବିଶ୍ୱସ୍ତରୀୟ ପ୍ରଦର୍ଶନ ତାଲିକା। ୫୦ବର୍ଷ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ଏସିଆର ଲବ୍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ଚୟନ ପ୍ରକ୍ରିୟାରେ ସାମିଲ୍‌ କରାଯାଇଛି। ତେବେ କିଟ୍‌ ହେଉଛି ୨୫ ବର୍ଷର ଅନୁଷ୍ଠାନ ଓ ମାତ୍ର ୧୮ବର୍ଷର ବିଶ୍ୱବିଦ୍ୟାଳୟ ଭାବେ ଉପରୋକ୍ତ ସମସ୍ତ ମାନଦଣ୍ଡକୁ ପୂରଣ କରି ୨୦୧+ ର଼୍ୟାଙ୍କ୍‌ରେ ରହିଛି। ଏହି ସଫଳତା ପାଇଁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri