କିଟ୍‌, କିସ୍‌ ମହିଳା କର୍ମଚାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): କିଟ୍‌ ଅନୁଷ୍ଠାନ ସମୂହ ଓ କିସ୍‌ରେ କାର୍ଯ୍ୟରତ ସମସ୍ତ ମହିଳା କର୍ମଚାରୀଙ୍କୁ କିଟ୍‌ ପକ୍ଷରୁ ମାଗଣା କୋଭିଡ୍‌ ଟିକା ଯୋଗାଇ ଦିଆଯିବ। ଏ ନେଇ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୋମବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଘୋଷଣା କରିଛନ୍ତି। କିଟ୍‌ ଓ କିସ୍‌ ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇ କହିଥିଲେ, ମହିଳାମାନେ ଯେତେ ସଶକ୍ତ ହେବେ ସମାଜ, ରାଜ୍ୟ ଓ ଦେଶ ସେତେ ପ୍ରଗତି କରିବ। କିଟ୍‌ ଓ କିସ୍‌ର ଅଗ୍ରଗତିରେ ମହିଳା କର୍ମଚାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। କିଟ୍‌ ଓ କିସ୍‌ରେ ମହିଳାଙ୍କୁ ଅଧିକ ନିଯୁକ୍ତି ସୁଯୋଗ ଦିଆଯିବାଠାରୁ ଆରମ୍ଭ କରି ଅନେକ ଉଚ୍ଚ ଓ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ ସମ୍ପାଦନ ପାଇଁ ସୁଯୋଗ ଦିଆଯାଇଛି। ଏହି ଅବସରରେ କିଟ୍‌, କିସ୍‌ ଓ କିମ୍ସର ସମସ୍ତ ମହିଳା କର୍ମଚାରୀଙ୍କୁ ମାଗଣା କରୋନା ଟିକା ଦିଆଯିବା ସହ ଏ ବାବଦ ସମସ୍ତ ଅର୍ଥ କିଟ୍‌ ବହନ କରିବ ବୋଲି ସାମନ୍ତ ଘୋଷଣା କରିଛନ୍ତି। ଏଥିସହ କିଟ୍‌ରେ ଏକ ମହିଳା ଫୋରମ୍‌ ପ୍ରତିଷ୍ଠା କରାଯିବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘର ସାଧାରଣ ସମ୍ପାଦକ ତଥା ଭାରତୀୟ ସ୍କାଉଟ୍‌ ଓ ଗାଇଡ୍‌ର ରାଷ୍ଟ୍ରୀୟ କମିଶନର-ରେଞ୍ଜର୍ସ ଡ. ପଙ୍କଜ ମିଲ ଯୋଗଦେଇ କହିଥିଲେ, ମହିଳାଙ୍କ ପାଇଁ ସ୍ବତନ୍ତ୍ର ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲାଯାଇଥିବାରୁ ଅଧିକ ସଂଖ୍ୟକ ଛାତ୍ରୀ ଶିକ୍ଷାଲାଭ କରିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ମହିଳାଙ୍କୁ ସଶକ୍ତୀକରଣ କରିବା ପାଇଁ ସଚେତନତା ଆବଶ୍ୟକ ଏବଂ ସେମାନଙ୍କୁ ସୁଯୋଗ ଦିଆଗଲେ ଏହାର ସଦୁପଯୋଗ କରିପାରିବେ। କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, ଉପକୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ ପ୍ରମୁଖ ମହିଳାଙ୍କୁ ଶିକ୍ଷା ଓ ଉପଯୁକ୍ତ ସୁଯୋଗ ତଥା ସତେଚନତା ଉପରେ ଗୁରୁତ୍ୱାରୋପ କରିଥିଲେ। ଶେଷରେ କିଟ୍‌ ବିଶ୍ୱବିଦ୍ୟାଳୟର କୁଳସଚିବ ପ୍ରଫେସର ଜ୍ଞାନରଞ୍ଜନ ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri