ଅଭିନେତ୍ରୀଙ୍କୁ ୩ ବର୍ଷ ପାଇଁ ବ୍ୟାନ୍‌ କଲା ମଣିପୁରର ଏକ ସଂଗଠନ

ଇମ୍ଫାଲ,୨୦।୯: ଇମ୍ଫାଲର ଏକ ସଂଗଠନ ଲୋକପ୍ରିୟ ମଣିପୁରୀ ଚଳଚ୍ଚିତ୍ର ତାରକା ସୋମା ଲାଇଶ୍ରମଙ୍କୁ ତିନି ବର୍ଷ ପାଇଁ ଚଳଚ୍ଚିତ୍ରରେ କାମ କରିବା ଏବଂ ସାମାଜିକ କାର୍ଯ୍ୟକ୍ରମରେ ସାମିଲ ହେବା ଉପରେ ପ୍ରତିବନ୍ଧକ ଲଗାଇଛି। କୁହାଯାଉଛି, ଯେ ପର୍ଯ୍ୟନ୍ତ ମଣିପୁରରେ ହିଂସା କମିନାହିଁ ସେ ଯାଏ ଅନେକ ସେଲିବ୍ରିଟିଙ୍କୁ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ନ କରିବାକୁ ଏହି ସଂଗଠନ ନିବେଦନ କରିଥିଲା। କିନ୍ତୁ ସୋମା ତାଙ୍କ କଥା ଶୁଣି ନ ଥିଲେ, ଯେଉଁଥିପାଇଁ ତାଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି।

କଙ୍ଗଲେଇପାକ କନବା ଲୁପ (କେକେଏଲ) ଗୋଷ୍ଠୀ କହିଛନ୍ତି , ମଣିପୁରରେ ଚାଲିଥିବା ଜାତିଗତ ବିବାଦକୁ ଦୃଷ୍ଟିରେ ରଖି ଅଭିନେତାମାନଙ୍କୁ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ନ ହେବାକୁ କୁହାଯାଇଥିଲା। ହେଲେ ଅଭିନେତ୍ରୀ ସୋମା
ସେପ୍ଟେମ୍ବର ୧୬ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବିଉଟି ପ୍ରୋଜେକ୍ଟରେ ସାମିଲ ହୋଇଥିଲେ। ଯାହା ପରେ ତାଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ସମୟରେ ରାଜ୍ୟର ସମସ୍ତ ଚଳଚ୍ଚିତ୍ର ସଂସ୍ଥାର ଏକ ସଂଗଠନ ଫିଲ୍ମ ଫୋରମ ମଣିପୁର (ଏଫଏମଏମ) ଅଭିନେତ୍ରୀ ସୋମାଙ୍କ ଉପରେ ଲାଗୁ କରାଯାଇଥିବା କେକେଏଲ ନିଷ୍ପତ୍ତିକୁ ତୀବ୍ର ସମାଲୋଚନା କରି କହିଛି ଯେ, ଏହି ପ୍ରତିବନ୍ଧକ ପ୍ରତ୍ୟାହାର କରିବାକୁ ସେ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri