Posted inଖେଳ

ଡିଫେଣ୍ଡିଂ ଚାମ୍ପିୟନର ବାଟ ବନ୍ଦ କରିଦେଲା କେକେଆର୍‌

ଶାରଜା, ୭।୧୦: ରାଜସ୍ଥାନ ରୟାଲ୍ସ ଦଳର ବୃହତ୍‌ ପରାଜୟ ସହ ବନ୍ଦ ହୋଇଯାଇଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ପ୍ଲେ-ଅପ୍‌ରେ ପ୍ରବେଶ କରିବାର ବାଟ। କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ୮୬ ରନ୍‌ରେ ରାଜସ୍ଥାନକୁ ହରାଇ ଦେଇଛି। ଏହି ବିଜୟ ସହ ଚତୁର୍ଥ ଦଳ ଭାବେ ପ୍ଲେ-ଅପ୍‌ରେ ସ୍ଥାନ ପକ୍କା କରିଛି କେକେଆର୍‌।

କେବଳ ଟସ୍‌କୁ ଛାଡ଼ି ଦେଲେ ରାଜସ୍ଥାନ ଭାଗରେ କିଛି ପଡ଼ି ନ ଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌କୁ ୭୯ ରନ୍‌ର ଆରମ୍ଭ ଦେଇଥିଲେ ଶୁବମାନ ଗିଲ (୫୬ ରନ୍‌, ୪ ଚୌକା ଓ ୨ ଛକା) ଓ ଭେଙ୍କଟେଶ ଆୟାର (୩୮ ରନ୍‌, ୩ ଚୌକା ଓ ୨ ଛକା)। ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ଯୋଗଦାନ କାରଣରୁ କୋଲକାତା ୨୦ ଓଭରରେ ୪ ଉଇକେଟ ହରାଇ ୧୭୧ ରନ୍‌ କରିଥିଲା।

ଶାରଜାର ଗ୍ରାଉଣ୍ଡରେ ୧୭୨ ରନ୍‌ର ପିଛା କରିବାକୁ ଓହ୍ଲାଇଥିବା ରାଜସ୍ଥାନ କଦାପି ପ୍ରାରମ୍ଭିକ ବିପର୍ଯ୍ୟୟରୁ ଉଦ୍ଧାର ପାଇ ନ ଥିଲା। ଅଧିନାୟକ ସଞ୍ଜୁ ସମାସନ ୧ ରନ୍‌ କରି ଆଉଟ୍‌ ହୋଇଥିବାବେଳେ ଯଶସ୍ବୀ ଜୈସ୍ବାଲ ଖାତା ଖୋଲି ପାରି ନ ଥିଲେ। କେବଳ ଶିବମ ଦୁବେ (୧୮) ଓ ରାହୁଲ ଟଓ୍ବୋଟିଆ (୪୩)ଙ୍କୁ ଛାଡ଼ି ଦେଲେ କେହି ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଫଳରେ ୮୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ରାଜସ୍ଥାନ। କେକେଆର୍‌ ପାଇଁ ଶିବମ ମାଭି ୪ ଉଇକେଟ ନେଇଥିବା ବେଳେ ଲୋକି ଫର୍ଗୁସନ ୩ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri