Posted inଖେଳ

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି କେକେଆର୍ ଆଫଗାନିସ୍ତାନର ୧୬ ବର୍ଷ ବୟସ୍କ ଅଫ୍ ସ୍ପିନର ଆଲ୍ଲହା ଗଜାନଫରଙ୍କୁ ୨୦ ଲକ୍ଷ ଟଙ୍କା ମୂଲ୍ୟରେ ସ୍ପିନର ମୁଜିବଙ୍କ ବଦଳରେ ଟିମରେ ସାମିଲ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

ନିକଟରେ ଆୟର୍ଲାଣ୍ଡ ବିପକ୍ଷ ଦିନିକିଆରେ ଗଜାନଫର ଆଫଗାନିସ୍ତାନ ପାଇଁ ଆନ୍ତର୍ଜାତୀୟ ଡେବ୍ୟୁ କରିଥିଲେ ଏବଂ ଯଦି ଏହି ସିଜନରେ ଆଇପିଏଲ୍ କ୍ୟାପ୍ ଅର୍ଜନ କରନ୍ତି ତେବେ କେକେଆର ପାଇଁ ସର୍ବକନିଷ୍ଠ ଖେଳାଳି ହେବେ।

ନିକଟରେ ପ୍ରସିଦ୍ଧ କ୍ରିଷ୍ଣା ତାଙ୍କ ବାମ ପ୍ରକ୍ସିମାଲ୍ କ୍ୱାଡ୍ରିକ୍ସପ୍ସ ଟେଣ୍ଡନରେ ଅସ୍ତ୍ରୋପଚାର କରିଥିଲେ ଏବଂ ବର୍ତ୍ତମାନ ସୁସ୍ଥ ଅଛନ୍ତି ବୋଲି ଆଇପିଏଲ୍ ମିଡ଼ିଆ ହ୍ୟାଣ୍ଡେଲ ପକ୍ଷରୁ ସୂଚନା ଦିଆଯାଇଥିଲା।

ଆଇପିଏଲ୍ ୨୦୨୪ ରେ ଉଭୟ କେକେଆର୍ ଏବଂ ଆରଆର ଏପର୍ଯ୍ୟନ୍ତ ଅପରାଜେୟ ରହିଛନ୍ତି। ଟୁର୍ଣ୍ଣାମେଣ୍ଟରେ ଉଭୟ ଦଳର ଆହତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ପୂର୍ବରୁ କେକେଆର ଜେସନ୍ ରୟ ଓହରିଯିବା ପରେ ଇଂଲଣ୍ଡର ଅନ୍ୟତମ ଖେଳାଳି ଫିଲ୍ ସଲ୍ଟଙ୍କୁ ଦଳରେ ସାମିଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?