Posted inଖେଳ

କୋଲକାତା ଅଧିନାୟକଙ୍କ ଲଜ୍ଜାଜନକ ରେକର୍ଡ; ଏହି ମାମଲାରେ ହେଲେ ଗମ୍ଭୀରଙ୍କ ସମକକ୍ଷ

ବମ୍ବେ, ୨୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ରେ ଶନିବାର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ଅନୁଷ୍ଠିତ ହୋଇଥିଲା। ଏଥିରେ କେକେଆର୍‌ର ବ୍ୟାଟ୍ସମ୍ୟାନ୍‌ ନିରାଶଜନକ ପ୍ରଦର୍ଶନ କରିଥିଲେ। ଫଳରେ ଦଳ ୨୦ ଓଭରରେ ୯ ଉଇକେଟ ହରାଇ ୧୩୩ ରନ୍‌ କରିଥିଲା। ଶୁଭମନ ଗିଲ ୧୯ ବଲ୍‌ରେ ମାତ୍ର ୧୧ ରନ୍‌ କରିଥିବା ବେଳେ ଇଆନ ମୋର୍ଗାନ ଖାତା ଖୋଲିବା ପୂର୍ବରୁ କ୍ରିସ୍‌ ମୋରିସଙ୍କ ଦ୍ୱାରା ଦୁର୍ଭାଗ୍ୟଜନକ ଭାବେ ରନ୍‌ଆଉଟ୍‌ ହୋଇଥିଲେ। ଏହାକୁ ନେଇ ମୋର୍ଗାନ ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ଆଇପିଏଲ୍‌ ଇତିହାସରେ ବିନା ବଲ୍‌ ଖେଳି ରନ୍‌ଆଉଟ୍‌ ହୋଇଥିବା ଦ୍ୱିତୀୟ ଅଧିନାୟକ ପାଲଟିଛନ୍ତି। ପୂର୍ବରୁ ଗୌତମ ଗମ୍ଭୀର ଆଇପିଏଲ୍‌ ୨୦୧୩ରେ ଜେକାନ୍‌ ଚାର୍ଜର୍ସ ବିପକ୍ଷରେ ଗୋଟିଏ ବି ବଲ୍‌ ନ ଖେଳି ରନ୍‌ଆଉଟ୍‌ ହୋଇଥିଲେ। ସେତେବେଳେ କେକେଆର୍‌ର ସେ ମଧ୍ୟ ଅଧିନାୟକ ଥିଲେ।

କେକେଆର୍‌ ପାଳିର ୧୧ତମ ଓଭରରେ ମୋର୍ଗାନ ରନ୍‌ଆଉଟ୍‌ ହୋଇଥିଲେ। ରାହୁଲ ତ୍ରିପାଠୀ ସେତେବେଳେ ଷ୍ଟ୍ରାଇକ୍‌ରେ ଥିଲେ। ସେ ଏକ ସିଧା ଶଟ୍‌ ଖେଳିଥିଲେ। ଏହା ମୋର୍ଗାନଙ୍କ ବ୍ୟାଟ୍‌ରେ ଲାଗି ଶର୍ଟ କଭର୍ସ ଦିଗରେ ଚାଲିଯାଇଥିଲା। ଏହି ସମୟରେ ରନ୍‌ ନେବାକୁ ଯାଇ ମୋର୍ଗାନ ନିଜର ଉଇକେଟ ହରାଇଥିଲେ। ଅଧାରାସ୍ତାରେ ଉଭୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବୁଝାମଣାର ଅଭାବ ଯୋଗୁ ଏଭଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?