Posted inଖେଳ

ମୁମ୍ବାଇର ନିଦ ହଜାଇ ଦେଲା ନାଇଟ୍‌ ରାଇଡର୍ସ

ଆବୁଧାବି, ୨୩।୯: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ନିଦ ହଜାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)। ଆବୁଧାବି ଗ୍ରାଉଣ୍ଡରେ ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୫୬ ରନ୍‌ର ବିଜୟ ଲକ୍ଷ୍ୟକୁ ଅତିସହଜରେ ୧୫.୧ ଓଭରରେ ୩ ଉଇକେଟରେ ହରାଇ ହାସଲ କରି ନେଇଛି।

ବୃହତ୍‌ ବିଜୟ ଯୋଗୁ ଚଳିତ ଆଇପିଏଲରେ ପ୍ରଥମ ଥର ପାଇଁ ଟପ୍‌ ୪ରେ ପ୍ରବେଶ କରିଛି କେକେଆର୍‌। ଅନ୍ୟପକ୍ଷରେ ମୁମ୍ବାଇର ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ସମସ୍ୟା ବଢ଼ିଯାଇଛି। ଏବେ ଦଳ ପାଖରେ ୮ ପଏଣ୍ଟ ଥିବା ବେଳେ ଆଗକୁ ଆହୁରି ୫ ମ୍ୟାଚ୍‌ ଖେଳିବାକୁ ଅଛି। ଏଣୁ କ୍ୱାଲିଫାୟର୍ସ ଲାଗି ଯୋଗ୍ୟତା ଅର୍ଜନ କରିବାକୁ ହେଲେ ମୁମ୍ବାଇକୁ ଅତିକମ୍‌ରେ ୪ଟି ବିଜୟ ଦରକାର।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇକୁ ୭୮ ରନ୍‌ର ଭଲ ଆରମ୍ଭ ଦେଇଥିଲେ ଅଧିନାୟକ ରୋହିତ ଶର୍ମା (୩୩ ରନ୍‌, ୪ ଚୌକା) ଓ କୁଇଣ୍ଟନ ଡି’ କକ୍‌ (୫୫ ରନ୍‌, ୪ ଚୌକା ଓ ୩ ଛକା)। ଦୁଇ ସେଟ୍‌ ବ୍ୟାଟ୍ସମ୍ୟାନ ଆଉଟ୍‌ ହେବା ପରେ କେକେଆର ବୋଲରମାନେ ପୂରା ପ୍ରଭାବ ବିସ୍ତାର କରିଥିଲେ। ଲଗାତାର ଉଇକେଟ ହରାଇବାରୁ ମୁମ୍ବାଇ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପ୍ରସିଦ୍ଧ କ୍ରିଷ୍ଣା ଓ ଲୋକି ଫର୍ଗୁସନ ୨ ଲେଖାଏ ଉଇକେଟ ନେଇଥିଲେ।

ଜବାବରେ ଟ୍ରେଣ୍ଟ ବୋଲ୍ଟ, ଯଶପ୍ରୀତ ବୁମରା ଓ ଆଡାମ ମିଲନେଙ୍କ ଭଳି ବୋଲରଙ୍କୁ ନିର୍ଘାତ ପ୍ରହାର କରିଥିଲେ ଭେଙ୍କଟେଶ ଆୟର। ୩୦ ବଲରେ ସେ ଖେଳିଥିଲେ ୫୩ ରନ୍‌ର ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ୩ ଛକା। ଆୟରଙ୍କ ଭଳି ବିସ୍ଫୋରକ ୭୪ (୮ ଚୌକା ଓ ୩ ଛକା) ରନ୍‌ର ଅପରାଜିତ ପାଳି ଖେଳିଥିଲେ ରାହୁଲ ତ୍ରିପାଠି। ଫଳରେ ୧୫.୧ ଓଭରରେ ୩ ଉଇକେଟ ହରାଇ ୧୫୯ ରନ୍‌ ମ୍ୟାଚ୍‌ ଜିତି ନେଇଥିଲା କେକେଆର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri