Posted inଖେଳ

ମୁମ୍ବାଇର ନିଦ ହଜାଇ ଦେଲା ନାଇଟ୍‌ ରାଇଡର୍ସ

ଆବୁଧାବି, ୨୩।୯: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ନିଦ ହଜାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)। ଆବୁଧାବି ଗ୍ରାଉଣ୍ଡରେ ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୫୬ ରନ୍‌ର ବିଜୟ ଲକ୍ଷ୍ୟକୁ ଅତିସହଜରେ ୧୫.୧ ଓଭରରେ ୩ ଉଇକେଟରେ ହରାଇ ହାସଲ କରି ନେଇଛି।

ବୃହତ୍‌ ବିଜୟ ଯୋଗୁ ଚଳିତ ଆଇପିଏଲରେ ପ୍ରଥମ ଥର ପାଇଁ ଟପ୍‌ ୪ରେ ପ୍ରବେଶ କରିଛି କେକେଆର୍‌। ଅନ୍ୟପକ୍ଷରେ ମୁମ୍ବାଇର ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ସମସ୍ୟା ବଢ଼ିଯାଇଛି। ଏବେ ଦଳ ପାଖରେ ୮ ପଏଣ୍ଟ ଥିବା ବେଳେ ଆଗକୁ ଆହୁରି ୫ ମ୍ୟାଚ୍‌ ଖେଳିବାକୁ ଅଛି। ଏଣୁ କ୍ୱାଲିଫାୟର୍ସ ଲାଗି ଯୋଗ୍ୟତା ଅର୍ଜନ କରିବାକୁ ହେଲେ ମୁମ୍ବାଇକୁ ଅତିକମ୍‌ରେ ୪ଟି ବିଜୟ ଦରକାର।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇକୁ ୭୮ ରନ୍‌ର ଭଲ ଆରମ୍ଭ ଦେଇଥିଲେ ଅଧିନାୟକ ରୋହିତ ଶର୍ମା (୩୩ ରନ୍‌, ୪ ଚୌକା) ଓ କୁଇଣ୍ଟନ ଡି’ କକ୍‌ (୫୫ ରନ୍‌, ୪ ଚୌକା ଓ ୩ ଛକା)। ଦୁଇ ସେଟ୍‌ ବ୍ୟାଟ୍ସମ୍ୟାନ ଆଉଟ୍‌ ହେବା ପରେ କେକେଆର ବୋଲରମାନେ ପୂରା ପ୍ରଭାବ ବିସ୍ତାର କରିଥିଲେ। ଲଗାତାର ଉଇକେଟ ହରାଇବାରୁ ମୁମ୍ବାଇ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପ୍ରସିଦ୍ଧ କ୍ରିଷ୍ଣା ଓ ଲୋକି ଫର୍ଗୁସନ ୨ ଲେଖାଏ ଉଇକେଟ ନେଇଥିଲେ।

ଜବାବରେ ଟ୍ରେଣ୍ଟ ବୋଲ୍ଟ, ଯଶପ୍ରୀତ ବୁମରା ଓ ଆଡାମ ମିଲନେଙ୍କ ଭଳି ବୋଲରଙ୍କୁ ନିର୍ଘାତ ପ୍ରହାର କରିଥିଲେ ଭେଙ୍କଟେଶ ଆୟର। ୩୦ ବଲରେ ସେ ଖେଳିଥିଲେ ୫୩ ରନ୍‌ର ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ୩ ଛକା। ଆୟରଙ୍କ ଭଳି ବିସ୍ଫୋରକ ୭୪ (୮ ଚୌକା ଓ ୩ ଛକା) ରନ୍‌ର ଅପରାଜିତ ପାଳି ଖେଳିଥିଲେ ରାହୁଲ ତ୍ରିପାଠି। ଫଳରେ ୧୫.୧ ଓଭରରେ ୩ ଉଇକେଟ ହରାଇ ୧୫୯ ରନ୍‌ ମ୍ୟାଚ୍‌ ଜିତି ନେଇଥିଲା କେକେଆର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?