Posted inଖେଳ

ଇଡେନରେ କେକେଆର-ପିବିକେଏସ ଲଢ଼େଇ…

କୋଲକାତା,୮।୫ : ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍‌ସ(ପିବିକେଏସ) ମଧ୍ୟରେ ଲଢ଼େଇ ସୋମବାର ସନ୍ଧ୍ୟା ସାଢ଼େ ୭ଟାରେ କୋଲକାତାର ଇଡେନ ଗାର୍ଡେନରେ ହେବ।

ଏହି ମ୍ୟାଚ ଜିତିବା ଉଭୟ ଦଳ ପାଇଁ ଆବଶ୍ୟକ। ଯଦିଓ ପଞ୍ଜାବ ଦଳ ବିଜୟ ଦୃଷ୍ଟିରୁ କୋଲକାତା ଅପେକ୍ଷା ବହୁତ ଭଲ ସ୍ଥିତିରେ ଅଛି । କିନ୍ତୁ ତଥାପି ଦଳକୁ ୨ ପଏଣ୍ଟ ହାସଲ କରିବାକୁ ପଡିବ। ଅନ୍ୟପକ୍ଷରେ, କୋଲକାତା ପାଇଁ ବର୍ତ୍ତମାନ ପ୍ରତ୍ୟେକ ମ୍ୟାଚ କର ବା ମର ସ୍ଥିତି ସୃଷ୍ଟି କରିଛି। ଯଦି ଦଳ ଆଜି ଏକ ବିଜୟ ପଞ୍ଜିକରଣ କରିବାରେ ଅସମର୍ଥ ହୁୁଏ ତେବେ ଏହା ଦଳର ଆଗାମୀ ଯାତ୍ରା ଲାଗି କଷ୍ଟକର ହେବ। ଏଭଳି ପରିସ୍ଥିତିରେ ଆଜି ଉଭୟ ଅଧିନାୟକଙ୍କୁ ଉପଯୁକ୍ତ ଏକାଦଶ ଖେଳାଇବେ ଯେଉଁମାନେ ଦଳକୁ ଜିତିବାରେ ସାହାଯ୍ୟ କରିପାରିବେ। ଶିଖର ଧାୱନ ଗୋଟିଏ ପଟେ ଏବଂ ନୀତୀଶ ରାଣା ଅନ୍ୟ ପଟେ ରହିବେ।

କେକେଆର ସମ୍ଭାବ୍ୟ ପ୍ଲେଇଙ୍ଗ ୧୧ରେ ରହମାନୁଲ୍ଲା ଗୁରୁବାଜ (ଓ୍ବିକେଟ କିପର), ଜେସନ ରୟ, ଭେଙ୍କଟେଶ ଆୟର, ନୀତୀଶ ରାଣା (ଅଧିନାୟକ), ଆଣ୍ଡ୍ରେ ରସେଲ, ରିଙ୍କୁ ସିଂ, ସୁନୀଲ ନାରିନ, ଶାର୍ଦ୍ଦୁଲ ଠାକୁର, ବୈବଭ ଆରୋରା, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ ପ୍ରମୁଖ ଅଛନ୍ତି।

ସେହିପରି ପିବିକେଏସ ସମ୍ଭାବ୍ୟ ପ୍ଲେଇଙ୍ଗ ୧୧ରେ ପ୍ରବୀଣ ସିଂ, ଶିଖର ଧାୱନ (ଅଧିନାୟକ), ମାଥ୍ୟୁ ସର୍ଟ, ଲିଆମ ଲିଭିଙ୍ଗଷ୍ଟୋନ, ଜିତେଶ ଶର୍ମା (ଓ୍ବିକେଟ କିପର), ସାମ କୁରାନ, ଶାହରୁଖ ଖାନ, ହରପ୍ରୀତ ବ୍ର, ଋଷି ଧାୱନ, ରାହୁଲ ଚହର, ଅର୍ଶଦୀପ ସିଂ ପ୍ରମୁଖ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି...

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ...

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ...

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri