Posted inଖେଳ

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ ଖରାପ ପ୍ରଦର୍ଶନ ଜାରି ରଖି କ୍ରମାଗତ ୫ମ ପରାଜୟ ବରଣ କରିଛି। ଆହତ ଋତୁରାଜ ଗାଏକ୍ୱାଡ୍‌ଙ୍କ ସ୍ଥାନରେ ମହେନ୍ଦ୍ର ସିଂ ଧୋନୀ ଅଧିନାୟକ ଦାୟିତ୍ୱକୁ ଫେରିଥିଲେ ମଧ୍ୟ ଚେନ୍ନାଇ ନିଜ ଘରୋଇ ଗ୍ରାଉଣ୍ଡରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅତି ଦୟନୀୟ ପ୍ରଦର୍ଶନ କରିଛି। ସୁନୀଲ ନାରିନଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ୮ ଉଇକେଟରେ ଚେନ୍ନାଇକୁ ପରାସ୍ତ କରିଛି। ଚେନ୍ନାଇ ୨୦ ଓଭରରେ ୯ ଉଇକେଟ ହରାଇ ମାତ୍ର ୧୦୩ ରନ କରିଥିଲା। କୋଲକାତା ମାତ୍ର ୧୦.୧ ଓଭରରେ ୨ ଉଇକେଟ ହରାଇ ୧୦୭ ରନ ସଂଗ୍ରହ କରିବା ସହ ନିଜ ରନ୍‌ ହାରରେ ଉଲ୍ଲେଖନୀୟ ଉନ୍ନତି ଆଣିଛି। ସୁନୀଲ ମାତ୍ର ୧୮ ବଲ୍‌ରୁ ସର୍ବାଧିକ ୪୪ ରନ କରିଥିବାବେଳେ କ୍ୱିଣ୍ଟନ ଡିକକ୍‌ ୨୩ ରନ ସ୍କୋର କରିଥିଲେ। ଅଧିନାୟକ ଅଜିଙ୍କ୍ୟ ରାହାନେ ୨୦ ଓ ରିଙ୍କୁ ସିଂ ୧୫ ରନରେ ଅପରାଜିତ ରହିଥିଲେ। ୫ ମ୍ୟାଚରୁ ତୃତୀୟ ବିଜୟ ସହ କୋଲକାତା ପଏଣ୍ଟ ଟେବୁଲର ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି।

ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ କୋଲକାତା ଦଳର ଅଧିନାୟକ ଅଜିଙ୍କ୍ୟ ରାହାନେ। ଟପ୍‌ରୁ ଆରମ୍ଭ କରି ମିଡିଲ ଅର୍ଡର ଓ ଲୋୟର ଅର୍ଡରରେ କୌଣସି ଚେନ୍ନାଇ ବ୍ୟାଟର ଭଲ ପ୍ରଦର୍ଶନ କରିପାରି ନ ଥିଲେ। କୋଲକାତା ବୋଲରଙ୍କ ମଧ୍ୟରେ ଚମତ୍କାର ବୋଲିଂ କରିଥିଲେ ସୁନୀଲ ନାରିନ। ସେ ନିଜ ୪ ଓଭର ସ୍ପେଲ୍‌ରେ ମାତ୍ର ୧୩ ରନ ଦେଇ ୩ଟି ମୂଲ୍ୟବାନ ଉଇକେଟ ଅକ୍ତିଆର କରିଥିଲେ। ବରୁଣ ଚକ୍ରବର୍ତ୍ତୀ ଓ ହର୍ଷିତ ରାଣା ୨ଟି ଲେଖାଏ ଏବଂ ବୈଭବ ଆରୋରା ଓ ମୋଇନ ଅଲୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri