Posted inଖେଳ

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ ଖରାପ ପ୍ରଦର୍ଶନ ଜାରି ରଖି କ୍ରମାଗତ ୫ମ ପରାଜୟ ବରଣ କରିଛି। ଆହତ ଋତୁରାଜ ଗାଏକ୍ୱାଡ୍‌ଙ୍କ ସ୍ଥାନରେ ମହେନ୍ଦ୍ର ସିଂ ଧୋନୀ ଅଧିନାୟକ ଦାୟିତ୍ୱକୁ ଫେରିଥିଲେ ମଧ୍ୟ ଚେନ୍ନାଇ ନିଜ ଘରୋଇ ଗ୍ରାଉଣ୍ଡରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅତି ଦୟନୀୟ ପ୍ରଦର୍ଶନ କରିଛି। ସୁନୀଲ ନାରିନଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ୮ ଉଇକେଟରେ ଚେନ୍ନାଇକୁ ପରାସ୍ତ କରିଛି। ଚେନ୍ନାଇ ୨୦ ଓଭରରେ ୯ ଉଇକେଟ ହରାଇ ମାତ୍ର ୧୦୩ ରନ କରିଥିଲା। କୋଲକାତା ମାତ୍ର ୧୦.୧ ଓଭରରେ ୨ ଉଇକେଟ ହରାଇ ୧୦୭ ରନ ସଂଗ୍ରହ କରିବା ସହ ନିଜ ରନ୍‌ ହାରରେ ଉଲ୍ଲେଖନୀୟ ଉନ୍ନତି ଆଣିଛି। ସୁନୀଲ ମାତ୍ର ୧୮ ବଲ୍‌ରୁ ସର୍ବାଧିକ ୪୪ ରନ କରିଥିବାବେଳେ କ୍ୱିଣ୍ଟନ ଡିକକ୍‌ ୨୩ ରନ ସ୍କୋର କରିଥିଲେ। ଅଧିନାୟକ ଅଜିଙ୍କ୍ୟ ରାହାନେ ୨୦ ଓ ରିଙ୍କୁ ସିଂ ୧୫ ରନରେ ଅପରାଜିତ ରହିଥିଲେ। ୫ ମ୍ୟାଚରୁ ତୃତୀୟ ବିଜୟ ସହ କୋଲକାତା ପଏଣ୍ଟ ଟେବୁଲର ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି।

ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ କୋଲକାତା ଦଳର ଅଧିନାୟକ ଅଜିଙ୍କ୍ୟ ରାହାନେ। ଟପ୍‌ରୁ ଆରମ୍ଭ କରି ମିଡିଲ ଅର୍ଡର ଓ ଲୋୟର ଅର୍ଡରରେ କୌଣସି ଚେନ୍ନାଇ ବ୍ୟାଟର ଭଲ ପ୍ରଦର୍ଶନ କରିପାରି ନ ଥିଲେ। କୋଲକାତା ବୋଲରଙ୍କ ମଧ୍ୟରେ ଚମତ୍କାର ବୋଲିଂ କରିଥିଲେ ସୁନୀଲ ନାରିନ। ସେ ନିଜ ୪ ଓଭର ସ୍ପେଲ୍‌ରେ ମାତ୍ର ୧୩ ରନ ଦେଇ ୩ଟି ମୂଲ୍ୟବାନ ଉଇକେଟ ଅକ୍ତିଆର କରିଥିଲେ। ବରୁଣ ଚକ୍ରବର୍ତ୍ତୀ ଓ ହର୍ଷିତ ରାଣା ୨ଟି ଲେଖାଏ ଏବଂ ବୈଭବ ଆରୋରା ଓ ମୋଇନ ଅଲୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri