କେକେଆରର ସହଜ ବିଜୟ…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୮ ରନ୍ ଲକ୍ଷ୍ୟର ପିଛା କରି  ଏସଆରଏଚ ୨୦ ଓଭରରେ  ୮  ୱିକେଟ ହରାଇ  ୧୨୩ ରନ୍ କରିବାକୁ ସକ୍ଷମ ହୋଇ ପାରିଥିଲା । ଫଳରେ କେକେଆର ୫୪ ରନରେ ବିଜୟୀ ହୋଇଛି ।

ଏସଆରଏଚ  ପକ୍ଷରୁ ଅଭିଷେକ ଶର୍ମା ୨୮ ବଲରେ ୪୩ ରନ୍ , ଆଡେନ ମାର୍କମ ୨୫ ବଲରେ ୩୨ ରନ୍‌, ଶଶାଙ୍କ ସିଂ ବଲରେ ରନ କରିଥିଲେ ।

ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କେକେଆର୍‌ ଅଧିନାୟକ ଶ୍ରେୟାସ ଆୟର ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏସ୍‌ଆର୍‌ଏଚ୍‌ ଅଧିନାୟକ କେନ ୱିଲିୟମସନଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲା।

ନିର୍ଦ୍ଧାରିତ ୨୦ ଓଭରରେ କେକେଆର୍‌ ଟିମ୍‌ ୬ ଓ୍ବିକେଟ ହରାଇ ୧୭୭ ରନ୍‌ କରିଥିଲା। ଫଳରେ ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୮ ରନ୍‌ ରହିଥିଲା।

କେକେଆର୍‌ ପକ୍ଷରୁ ଅଜଙ୍କ୍ୟ ରାହାଣେ ୨୪ ବଲ୍‌ରେ ୨୮ ରନ୍‌, ନୀତିଶ ରାଣା ୧୬ ବଲ୍‌ରେ ୨୬ ରନ୍‌, ଶ୍ରେୟଶ ଆୟାର ୯ ବଲ୍‌ରେ ୧୫ ରନ୍‌ କରିଥିଲେ ।  ସେହିପରି ସାମ୍‌ ବ୍ଲିଙ୍ଗସ୍‌ ୨୯ ବଲ୍‌ରେ ୩୪ ରନ୍‌, ଆଣ୍ଡ୍ରେ ରସେଲ୍‌ ୨୮ ବଲ୍‌ରେ ୪୯ ରନ୍‌ କରି ଅପରାଜିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri