Posted inଖେଳ

ଆଇପିଏଲ ପୂର୍ବରୁ କେକେଆରକୁ ଲାଗିଲା ଶକ୍ତ ଧକ୍କା

ସିଡ୍‌ନୀ, ୩୦।୫: ଆଇପିଏଲ-୧୪ର ଦ୍ୱିତୀୟ ପର୍ଯ୍ୟାୟ ତଥା ବଳକା ୩୧ ମ୍ୟାଚ୍‌ ୟୁଏଇଠାରେ ଆସନ୍ତା ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏହି ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ଦୁଇ ଥର ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ଲାଗିଛି ଶକ୍ତ ଧକ୍କା। ଦଳର ସବୁଠୁ ଦାମୀ ତଥା ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଟ କୁମିନ୍ସ କେକେଆର୍‌ ପାଇଁ ଉପଲବ୍ଧ ହେବେ ନାହିଁ।

ବହୁ କୋଟି ଟଙ୍କାର ଆଇପିଏଲ ଚୁକ୍ତି ସତ୍ତ୍ୱେ କୁମିନ୍ସ ଚଳିତ ଟି୨୦ ଇଭେଣ୍ଟର ଚଳିତ ସିଜନ ପାଇଁ ଆଉ ନ ଫେରିବାକୁ ନିଷ୍ପତ୍ତି ନେଇଥିବା ସିଡ୍‌ନୀ ମର୍ନିଂ ହେରାଲ୍ଡର ଏକ ରିପୋର୍ଟ ପ୍ରକାଶ ପାଇଛି।

ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଖେଳାଳିଙ୍କ ଓ୍ବାର୍କଲୋଡ୍‌ ଓ ବାୟୋ ବବଲ ସମ୍ପର୍କରେ ଅଷ୍ଟ୍ରେଲିଆନ ବୋର୍ଡକୁ ନିଷ୍ପତ୍ତି ନେବାକୁ ପଡ଼ିବ ବୋଲି ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। ଜୁନ ଶେଷ ଆଡ଼କୁ ବିଶ୍ୱକପ୍‌ ପ୍ରସ୍ତୁତି ପାଇଁ ଅଷ୍ଟ୍ରେଲିଆ ଦଳକୁ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବାର ଅଛି। ପରେ ଆଫଗାନିସ୍ତାନ ବିପକ୍ଷରେ ଏକମାତ୍ର ଟେଷ୍ଟ ଓ ଆଶେସ ସିରିଜ୍‌ ଖେଳାଯିବ। ଅଗଷ୍ଟରେ ବାଂଲାଦେଶରେ ଅଷ୍ଟ୍ରେଲିଆ ଦଳ ଟି୨୦ ସିରିଜ୍‌ ଖେଳିପାରେ। ଏହି ସିରିଜ୍‌ ଉପରେ ଏପର୍ଯ୍ୟନ୍ତ ମୋହର ଲାଗି ନାହିଁ। କିନ୍ତୁ ବାଂଲାଦେଶ ଟି୨୦ ସିରିଜ୍‌ରେ ୫ ମ୍ୟାଚ୍‌ ଖେଳିବାକୁ ଯୋଜନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri