Posted inଖେଳ

ବାପା ହେଲେ କେ.ଏଲ୍‌ ରାହୁଲ: ପ୍ରଥମ ସନ୍ତାନ ଜନ୍ମ ଦେଲେ ଆଥିୟା

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି କାରଣରୁ ରାହୁଲ ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଥମ ମ୍ୟାଚ ଖେଳୁନାହାନ୍ତି।

ଆଥିୟା ଗର୍ଭବତୀ ଥିବାର ସୂଚନା ଗତ ବର୍ଷ ନଭେମ୍ବରରେ ରାହୁଲ ସୋସିଆଲ ମିଡିଆରେ ମାଧ୍ୟମରେ ପ୍ରଶଂସକଙ୍କୁ ଜଣାଥିଲେ। ୨୦୨୫ରେ ଚାମ୍ପିଅନ୍ସ ଟ୍ରଫି ଜିତି ଭାରତୀୟ ଦଳ ଦୁବାଇରୁ ଫେରିବା ପରଠାରୁ, ରାହୁଲ ଆଇପିଏଲର ପ୍ରାରମ୍ଭିକ ମ୍ୟାଚ ଖେଳି ନ ପାରନ୍ତି ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା।

କେଏଲ ରାହୁଲ ଏବଂ ଆଥିୟା ଜାନୁଆରୀ ୨୦୨୩ରେ ବିବାହ କରିଥିଲେ। ସେମାନଙ୍କର ବିବାହ ଆଥିୟାଙ୍କ ବାପା ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲାର ଫାର୍ମହାଉସରେ ହୋଇଥିଲା। ସେମାନଙ୍କ ବିବାହ ଉତ୍ସବରେ କେବଳ ପରିବାର ସଦସ୍ୟ ଏବଂ ନିକଟତମ ବନ୍ଧୁମାନେ ଯୋଗ ଦେଇଥିଲେ।

 

View this post on Instagram

 

A post shared by Athiya Shetty (@athiyashetty)


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri