Posted inଖେଳ

ବାପା ହେଲେ କେ.ଏଲ୍‌ ରାହୁଲ: ପ୍ରଥମ ସନ୍ତାନ ଜନ୍ମ ଦେଲେ ଆଥିୟା

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି କାରଣରୁ ରାହୁଲ ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଥମ ମ୍ୟାଚ ଖେଳୁନାହାନ୍ତି।

ଆଥିୟା ଗର୍ଭବତୀ ଥିବାର ସୂଚନା ଗତ ବର୍ଷ ନଭେମ୍ବରରେ ରାହୁଲ ସୋସିଆଲ ମିଡିଆରେ ମାଧ୍ୟମରେ ପ୍ରଶଂସକଙ୍କୁ ଜଣାଥିଲେ। ୨୦୨୫ରେ ଚାମ୍ପିଅନ୍ସ ଟ୍ରଫି ଜିତି ଭାରତୀୟ ଦଳ ଦୁବାଇରୁ ଫେରିବା ପରଠାରୁ, ରାହୁଲ ଆଇପିଏଲର ପ୍ରାରମ୍ଭିକ ମ୍ୟାଚ ଖେଳି ନ ପାରନ୍ତି ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା।

କେଏଲ ରାହୁଲ ଏବଂ ଆଥିୟା ଜାନୁଆରୀ ୨୦୨୩ରେ ବିବାହ କରିଥିଲେ। ସେମାନଙ୍କର ବିବାହ ଆଥିୟାଙ୍କ ବାପା ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲାର ଫାର୍ମହାଉସରେ ହୋଇଥିଲା। ସେମାନଙ୍କ ବିବାହ ଉତ୍ସବରେ କେବଳ ପରିବାର ସଦସ୍ୟ ଏବଂ ନିକଟତମ ବନ୍ଧୁମାନେ ଯୋଗ ଦେଇଥିଲେ।

 

View this post on Instagram

 

A post shared by Athiya Shetty (@athiyashetty)


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri