Posted inଖେଳ

ଆଇପିଏଲ୍‌ରେ ସ୍ବତନ୍ତ୍ର ରେକର୍ଡ କଲେ ରାହୁଲ

କୋଲକାତା,୨୬।୫: ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ୪ ସିଜନରେ ୬୦୦ରୁ ଅଧିକ ରନ୍‌ କରିଛନ୍ତି। ଇଡେନ ଗାର୍ଡେନ୍ସରେ ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଖେଳାଯାଇଥିବା ଏଲିମିନେଟର ମ୍ୟାଚ୍‌ରେ ରାହୁଲ ଏହି ସଫଳତା ହାସଲ କରିଛନ୍ତି।

ଏହି ମ୍ୟାଚ୍‌ରେ ରାହୁଲ ୫୮ ବଲରେ ୭୯ ରନ୍‌ର ଇନିଂସ ଖେଳିଥିଲେ। ଡାହାଣହାତୀ ବ୍ୟାଟର ଚଳିତ ଆଇପିଏଲରେ ୧୫ ମ୍ୟାଚ୍‌ରେ ୬୬୧ ରନ୍‌ କରିଛନ୍ତି। ଏଥି ପୂର୍ବରୁ ୨୦୨୧ ସିଜନରେ ସେ ୧୩ ମ୍ୟାଚ୍‌ରେ ୬୨୬ ରନ୍‌ କରିଥିଲେ। ୨୦୨୦ରେ ୧୪ ମ୍ୟାଚ୍‌ରେ ୬୭୦ ଏବଂ ୨୦୧୮ରେ ୬୫୯ ରନ୍‌ କରିଥିଲେ।

ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ କ୍ରିସ ଗେଲ୍‌ ଏବଂ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନର ଆଇପିଏଲର ୩ ସଂସ୍କରଣରେ ୬ଶହରୁ ଅଧିକ ରନ୍‌ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରି ଗେଲ୍‌ ଲଗାତର ୨୦୧୧, ୨୦୧୨ ଓ ୨୦୧୩ରେ ୬୦୦ରୁ ଊର୍ଦ୍ଧ୍ୱ ରନ୍‌ କରିଥିଲେ। ଅନ୍ୟପକ୍ଷରେ ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ୍‌ ପାଇଁ ୨୦୧୬ରୁ ୨୦୧୯ ପର୍ଯ୍ୟନ୍ତ ଲଗାତର ସେହି ମାଇଲଷ୍ଟୋନ ଅତିକ୍ରମ କରିଥିଲେ। ଉଲ୍ଲେଖଯୋଗ୍ୟ, ରଜତ ପାଟିଦାର(୧୧୨*)ଙ୍କ ଧୂଆଁଦାର ଶତକ ବଳରେ ଆରସିବି ୧୪ ରନ୍‌ରେ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌକୁ ହରାଇ ଦ୍ୱିତୀୟ କ୍ୱାଲିଫାୟରରେ ପ୍ରବେଶ କରିଛି। ଆସନ୍ତା ଶୁକ୍ରବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସକୁ ଫାଫ ଡୁ’ପ୍ଲେସିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋର ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri