Posted inଖେଳ

୪ ମାସ ହେଲା ଖେଳିନାହାନ୍ତି ଗୋଟିଏ ବି ମ୍ୟାଚ୍‌; ହେଲେ ଟି୨୦ ର଼୍ୟାଙ୍କିଂରେ ଗୋଟିଏ ପାହାଚ ଉପରକୁ ଚଢ଼ିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌; କୋହଲି…

ନୂଆଦିଲ୍ଲୀ,୮।୭: ନିକଟରେ ପ୍ରକାଶ ପାଇଥିବା ଆଇସିସି ଟି୨୦ ଅନ୍ତଃରାଷ୍ଟ୍ରୀୟ ର଼୍ୟାଙ୍କିଂରେ ଭାରତୀୟ ଅଧିନାୟକ ବିରାଟ କୋହଲି ନିଜର ପୂର୍ବସ୍ଥାନ ବଜାୟ ରଖିଛନ୍ତି। ସେହିଭଳି ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ ଗୋଟିଏ ପାହାଚ ଉପରକୁ ଉଠି ୬ଷ୍ଠ ସ୍ଥାନରେ ପହଞ୍ଚିଥିବା ଦେଖାଯାଇଛି। ହେଲେ ଉଭୟ ୪ ମାସ ମଧ୍ୟରେ ଗୋଟିଏ ବି ଟି୨୦ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ ଖେଳି ନାହାନ୍ତି।

୨୦୨୧ ମାର୍ଚ୍ଚ ୨୦ରେ ବିରାଟ ନିଜର ଶେଷ ଟି୨୦ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ ଇଂଲଣ୍ଡ ବିପକ୍ଷରେ ଖେଲିଥିଲେ। କେଏଲ୍‌ ଉକ୍ତ ସିରିଜରେ ୧୮ ମାର୍ଚ୍ଚରେ ଖେଳିଥିଲେ। ଏହାପରେ ୪ ମାସ ଧରି ସେମାନେ ଖେଳି ନ ଥିଲେ ହେଁ ଆଇସିସିର ଶୀର୍ଷ ୧୦ ଖେଳାଳିଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ୫ମ ସ୍ଥାନରେ କୋହଲି ୭୬୨ ଅଙ୍କ ପାଇ ଅଛନ୍ତି। କେଏଲ୍‌ ୭୪୩ ଅଙ୍କ ପାଇ ୬ଷ୍ଠ ସ୍ଥାନରେ ଅଛନ୍ତି। ଉଭୟଙ୍କ ବ୍ୟତିତ ଅନ୍ୟ କୌଣସି ଭାରତୀୟ ଖେଳାଳି ଶୀର୍ଷ ୧୦ରେ ସ୍ଥାନ ପାଇ ନାହାନ୍ତି।

ଦିନିକିଆ ର଼୍ୟାକିଂରେ କୋହଲି ଏବଂ ଉପଅଧିନାୟକ ରୋହିତ ଶର୍ମା ଶୀର୍ଷ ୫ ଖେଳାଳିଙ୍କ ମଧ୍ୟରେ ରହିଛନ୍ତି। କୋହଲି ବାବର ଆଜମଙ୍କ ପରେ ଦ୍ୱିତୀୟ ଏବଂ ରୋହିତ ତୃତୀୟ ସ୍ଥାନରେ ଅଛନ୍ତି। ଏମାନଙ୍କ ବ୍ୟତିତ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରାହ ଶୀର୍ଷ ୧୦ ତାଲିକାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri