ଟି୨୦ରେ ୪ ଦେଶରେ ଶତକ ମାରିବାରେ ରାହୁଲ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ

ଦୁବାଇ, ୨୫।୯: ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ମ୍ୟାଚ୍‌ରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ୯୭ ରନର ବୃହତ୍‌ ବ୍ୟବଧାନରେ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍‌ରେ ପଞ୍ଜାବର ଅଧିନାୟକ ଲୋକେଶ ରାହୁଲ ମାତ୍ର ୬୯ ବଲରୁ ୧୩୨ ରନର ମାରାଥନ ଶତକୀୟ ଇନିଂସ ଖେଳି ଦଳୀୟ ବିଜୟରେ ନାୟକ ସାଜିଥିଲେ। ଏଥିସହ ରାହୁଲ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଟି୨୦ କ୍ରିକେଟ୍‌ରେ ୪ଟି ଭିନ୍ନ ଦେଶରେ ଶତକ ହାସଲ କରିବାର କୀର୍ତ୍ତିମାନ ହାସଲ କରିଛନ୍ତି। ୟୁଏଇରେ ଶତକ ହାସଲ କରିବାର ପୂର୍ବରୁ ରାହୁଲ ଆମେରିକା, ଇଂଲଣ୍ଡ ଓ ଭାରତରେ ମଧ୍ୟ ଟି୨୦ କ୍ରିକେଟ୍‌ରେ ଶତକ ମାରି ସାରିଛନ୍ତି। ଟି୨୦ କ୍ରିକେଟ୍‌ରେ ସର୍ବାଧିକ ଦେଶରେ ଶତକ ହାସଲ କରିବାର ରେକର୍ଡ କ୍ରିସ୍‌ ଗେଲ୍‌ (୭ଟି)ଙ୍କ ନାମରେ ରହିଛି। ରାହୁଲ ଓଭର୍‌ଅଲ୍‌ ଟି୨୦ କ୍ରିକେଟ୍‌ରେ ୪ ଶତକ ହାସଲ କରିଛନ୍ତି। ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ରୋହିତ୍‌ ଶର୍ମା (୬) ଓ ବିରାଟ କୋହଲି (୫) ଏହି ତାଲିକାରେ ପ୍ରଥମ ଓ ୨ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri