Posted inଖେଳ

ପିତାଙ୍କ ଭୁଲ୍‌ ଯୋଗୁ ରୋହନରୁ ହୋଇଗଲେ କେ.ଏଲ୍‌ ରାହୁଲ

ଭାରତୀୟ କ୍ରିକେଟର୍‌ କେଏଲ୍‌ ରାହୁଲ ଆଜି ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ଆଇପିଏଲ୍‌ରେ ୨୦୨୨ରେ ତାଙ୍କ ଅଧିନାୟିକତ୍ୱରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଚମତ୍କାର ପ୍ରଦର୍ଶନ କରୁଛି। ଖୁବ୍‌ କମ୍‌ ଦିନରେ ରାହୁଲ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। କିନ୍ତୁ ଖୁବ କମ ଲୋକ ଜାଣନ୍ତି ପିତାଙ୍କ ଭୁଲ ହେତୁ ସେ ରାହୁଲ ନାମ ପାଇଥିଲେ। କେ.ଏଲ ରାହୁଲଙ୍କ ପିତା କେ.ଏଲ ଲୋକେଶ ସୁନୀଲ ଗାଭାସ୍କରଙ୍କ ଜଣେ ବଡ଼ ପ୍ରଶଂସକ ଥିଲେ ଏବଂ ସେ ମଧ୍ୟ ତାଙ୍କ ପୁଅର ନାମ ସୁନୀଲ ଗାଭାସ୍କରଙ୍କ ପୁଅଙ୍କ ନାମ ଅନୁସାରେ ରଖିବାକୁ ଚାହୁଁଥିଲେ। ସେ ପୁଅର ନାମକରଣ କରୁଥିବାବେଳେ ସେ ଭୁଲିଯାଇଥିଲେ ଯେ ଗାଭାସ୍କରଙ୍କ ପୁଅର ନାମ ରାହୁଲ ନୁହେଁ, ରୋହନ। ସେ ତାଙ୍କ ପୁଅର ନାମ ରୋହନ ବଦଳରେ ରାହୁଲ ରଖିଦେଇଥିଲେ।
ରାହୁଲଙ୍କ ପିତାଙ୍କର ଏକ ସ୍ବପ୍ନ ଥିଲା ଯେ ତାଙ୍କ ପୁଅ ଜଣେ ଇଞ୍ଜିନିୟର ହେବ। ରାହୁଲ ଅଧ୍ୟୟନରେ ମଧ୍ୟ ଭଲ ଥିଲେ, କିନ୍ତୁ ଭାଗ୍ୟରେ ଆଉ କିଛି ଲେଖାଯାଇଥିଲା । ରାହୁଲଙ୍କୁ କ୍ରୀଡ଼ା କ୍ଷେତ୍ରରେ ଆଗକୁ ବଢିଲେ। ୧୧ ବର୍ଷ ବୟସରୁ ସେ କ୍ରିକେଟକୁ ଗମ୍ଭୀରତାର ସହ ନେବା ଆରମ୍ଭ କଲେ। ଏହା ପରେ, ସେ ୨୦୧୦ରେ କର୍ନାଟକ ପାଇଁ ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିଅର୍‌ ଆରମ୍ଭ କରିଥିଲେ। ରାହୁଲ ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ତିନୋଟି ଫର୍ମାଟରେ ୬ ମାରି ଶତକ ହାସଲ କରିଛନ୍ତି। ସେ ୨୦୧୪ରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ୨୦୧୬ରେ ଜିମ୍ବାୱେ ବିପକ୍ଷରେ ଦିନିକିଆ ଏବଂ ଟି -୨୦ କ୍ରିକେଟ ଆରମ୍ଭ କରିଥିଲେ। ସେ ୪୩ଟି ଅନ୍ତର୍ଜାତୀୟ ଟେଷ୍ଟ ମ୍ୟାଚରେ ୨ ହଜାର ୫୪୭ ରନ, ୪୨ଟି ଦିନିକିଆରେ ୧୬୩୪ ରନ ଏବଂ ୫୬ ଟି -୨୦ ମ୍ୟାଚରେ ୧୮୩୧ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri