Posted inଖେଳ

ସେଞ୍ଚୁରିୟନରେ ରାହୁଲଙ୍କ ନିଆରା ରେକର୍ଡ, ପ୍ରଥମ ବିଦେଶୀ ଖେଳାଳି ଭାବେ ହାସଲ କଲେ ଏହି ସଫଳତା

ସେଞ୍ଚୁରିୟନ୍‌,୨୭ା୧୨: ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ଲୋକେଶ ରାହୁଲ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି। ପ୍ରଥମ ବିଦେଶୀ ଖେଳାଳି ଭାବରେ ସେ ସେଞ୍ଚୁରିୟନରେ ଦୁଇଟି ସେଞ୍ଚୁରି (ଶତକ) ହାସଲ କରିଛନ୍ତି। ଟେଷ୍ଟରେ ଏହା ରାହୁଲଙ୍କ କ୍ୟାରିୟରର ଅଷ୍ଟମ ଶତକ ହୋଇଥିବା ବେଳେ ଅନ୍ତର୍ଜାତୀୟ କ୍ୟାରିୟରର ୧୭ତମ ଶତକ।

ପୂର୍ବରୁ ୨୦୨୧ରେ ସମାନ ଗ୍ରାଉଣ୍ଡରେ ରାହୁଲ ଏକ ଶତକ ହାସଲ କରିଥିଲେ। ଏହା ସହିତ ଏସୀୟ ବ୍ୟାଟରଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକା ମାଟିରେ ସର୍ବାଧିକ ଶତକ ହାସଲରେ ସେ ବିରାଟ କୋହଲିଙ୍କ ସମକକ୍ଷ ହୋଇଛନ୍ତି। ସଚିନ ତେନ୍ଦୁଲକର ସର୍ବାଧିକ ୫ ଶତକ ହାସଲ କରିଥିବା ବେଳେ ଆଝାର ମେହମୁଦ, ଥିଲନ ସମରବୀରା ଓ ବିରାଟ କୋହଲି ଦୁଇଟି ଲେଖାଏ ଶତକ ହାସଲ କରିଛନ୍ତି। ପଞ୍ଚମ ଭାରତୀୟ ଉଇକେଟକିପର ଭାବରେ ଏସିଆ ବାହାରେ ଶତକ ରେକର୍ଡ କରିଛନ୍ତି ରାହୁଲ। ରିଷଭ ପନ୍ତ ଏସିଆ ବାହାରେ ୪ ଶତକ ହାସଲ କରିଥିବା ବେଳେ ବିଜୟ ମଞ୍ଜ୍ରେକର, ଅଜୟ ରାତ୍ରା ଓ ରିଦ୍ଧିମାନ ଶାହା ଗୋଟିଏ ଲେଖାଏ ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri