Posted inଖେଳ

ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା

କାନପୁର,୨୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା ଲାଗିଛି। ଆହତ ସମସ୍ୟା କାରଣରୁ ବାଦ୍‌ ପଡ଼ିଛନ୍ତି ସିନିୟର ଭାରତୀୟ ଓପନର ଲୋକେଶ ରାହୁଲ। ତାଙ୍କ ବାମ ଜଙ୍ଘରେ ମାଂସପେଶୀ ଟାଣି ହୋଇଯାଇଛି। ଏଣୁ ତାଙ୍କ ବଦଳରେ ମଧ୍ୟକ୍ରମରେ ବ୍ୟାଟିଂ କରୁଥିବା ସୂର୍ଯ୍ୟକୁମାର ଯାଦବଙ୍କୁ ସାମିଲ କରାଯାଇଛି ଦଳରେ। ସିରିଜ୍‌ର ପ୍ରଥମ ଟେଷ୍ଟ ଗୁରୁବାରଠାରୁ କାନପୁରରେ ଖେଳାଯିବ।

“ଟିମ୍‌ ଇଣ୍ଡିଆ ବ୍ୟାଟର ଲୋକେଶ ରାହୁଲଙ୍କ ମାଂସପେଶୀ ଟାଣି ହୋଇଯାଇଛି। ଏଥିଯୋଗୁ ସେ ନ୍ୟୁଜିଲାଣ୍ଡ ବିପକ୍ଷ ପୂରା ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କୁ ଏବେ ଏନ୍‌ସିଏଠାରେ ରିହାବିଲିଟେଶନରେ ରହିବାକୁ ପଡ଼ିବ” ବୋଲି ବିସିସିଆଇ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

୨୯ ବର୍ଷୀୟ ରାହୁଲ ଏପର୍ଯ୍ୟନ୍ତ ଭାରତ ପାଇଁ ୪୦ ଟେଷ୍ଟ ଖେଳି ୩୫.୧୬ ହାରରେ ୨୩୨୧ ରନ୍‌ କରିଛନ୍ତି। ତାଙ୍କ ଓ ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଶୁବମାନ ଗିଲ ଓ ମୟଙ୍କ ଅଗ୍ରଓ୍ବାଲ ଦଳ ପାଇଁ ଓପନିଂ କରିବେ ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri