Posted inଖେଳ

ଫର୍ମକୁ ଫେରି ସମସ୍ତଙ୍କ ମୁହଁ ବନ୍ଦ କଲେ ଏହି ଭାରତୀୟ କ୍ରିକେଟର: ଦୀର୍ଘ ବର୍ଷେ ପରେ…

ପୁଣେ,୨୬।୩: ଭାରତ-ଇଂଲଣ୍ଡ ମଧ୍ୟରେ ପୁଣେର ଏମ୍‌ସିଏ ଷ୍ଟାଡିୟମରେ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଶନିବାର ଖେଳାଯାଉଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ସମାଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କେଏଲ୍‌ ରାହୁଲ। ଦୀର୍ଘ ଏକ ବର୍ଷ ପରେ ସେ କ୍ୟାରିୟରର ପଞ୍ଚମ ଶତକ ମାରିବାରେ ସଫଳ ହୋଇଛନ୍ତି।

ଇଂଲଣ୍ଡ ଟିମ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଭାରତ। ଓପନର୍‌ ଶିଖର ଧଓ୍ବନ ୪ ରନ୍‌ କରି ଆଉଟ୍‌ ହେବା ପରେ ରୋହିତ ଶର୍ମା ୨୫ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ପରେ ବିରାଟ କୋହଲି ଏବଂ କେଏଲ୍‌ ରାହୁଲ ବ୍ୟାଟିଂ ସମ୍ଭାଳିଥିଲେ। କୋହଲି ୬୬ରନ୍‌ କରି ଆଉଟ୍‌ ହୋଇଥିଲେ। ଉଭୟ ସେତେବେଳକୁ ୧୨୧ରନ୍‌ର ଭାଗିଦାରି କରିଥିଲେ।

ତେବେ ୨୦୨୦ ଫେବୃୟାରୀ ୧୧ରେ ରାହୁଲ ନିଜର ଶେଷ ଶତକ ମାରିଥିଲେ। ଏବେ ସେ ଏକ ବର୍ଷ ପରେ ପୁଣି ଏକ ଶତକ ମାରିଛନ୍ତି। ୧୦୮ ବଲ୍‌ରେ ସେ ଏପରି କରିଛନ୍ତି। ଦୀର୍ଘଦିନ ଧରି ସେ ଖରାପ ଫର୍ମରେ ଚାଲୁଥିବାକୁ ନେଇ ସମାଲୋଚନାର ଶିକାର ହୋଇ ଆସୁଥିଲେ। ଏଣୁ ଏବେ କେଏଲ୍‌ଙ୍କ ଏଭଳି ବ୍ୟାଟିଂ ପ୍ରଶଂସକଙ୍କୁ ଖୁସି ଆଣି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri