Posted inଖେଳ

IPL 2025 : ଆଇପିଏଲର ପ୍ରାରମ୍ଭିକ ମ୍ୟାଚରୁ ବାହାରେ ରହିବେ ରାହୁଲ! କାରଣ ଜାଣିଲେ ଖୁସି ହୋଇଯିବେ

ନୂଆଦିଲ୍ଲୀ,୧୧।୩: ଭାରତୀୟ ଷ୍ଟାର ଉଇକେଟ୍‌କିପର-ବ୍ୟାଟସମ୍ୟାନ କେ.ଏଲ ରାହୁଲ ଆଇପିଏଲ ୨୦୨୫ର କିଛି ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିପାରିବେ ନାହିଁ। ରିପୋର୍ଟ ଅନୁସାରେ, ୩୨ ବର୍ଷୀୟ ବ୍ୟାଟସମ୍ୟାନଙ୍କ ଘରେ ୨୦୨୫ ଗ୍ରୀଷ୍ମ ଋତୁରେ ଏକ ଛୋଟ ଅତିଥି ଆସିବାକୁ ଯାଉଛନ୍ତି। ପ୍ରଥମ ସନ୍ତାନର ଜନ୍ମ ସମୟରେ ପତ୍ନୀ ଆଥିୟା ଶେଟ୍ଟୀଙ୍କ ସହ ରହିବା ପାଇଁ କେଏଲ ଗୋଟିଏ କିମ୍ବା ଦୁଇଟି ମ୍ୟାଚ ହରାଇପାରନ୍ତି।

ରାହୁଲ ଏପର୍ଯ୍ୟନ୍ତ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ସନରାଇଜର୍ସ ହାଇଦ୍ରାବାଦ, ପଞ୍ଜାବ କିଙ୍ଗସ ଏବଂ ଲକ୍ଷ୍ନୌ ସୁପରଜାଏଣ୍ଟସ ପାଇଁ ଖେଳି ସାରିଛନ୍ତି। ୨୦୨୫ ଆଇପିଏଲ ମେଗା ନିଲାମରେ ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ୧୪ କୋଟି ଟଙ୍କାରେ ସାଇନ କରିଥିଲା। ପୂର୍ବତନ LSG ଅଧିନାୟକ ଏପର୍ଯ୍ୟନ୍ତ ୧୩୨ଟି ଆଇପିଏଲ ମ୍ୟାଚ ଖେଳିଛନ୍ତି ଏବଂ ଚାରିଟି ଶତକ ଏବଂ ୩୭ଟି ଅର୍ଦ୍ଧଶତକ ସହାୟତାରେ ୪୬୮୩ ରନ୍‌ କରିଛନ୍ତି। IPL ୨୦୨୫ ମେଗା ନିଲାମ ପୂର୍ବରୁ ରାହୁଲଙ୍କୁ ରିଟେନ ନକରିବା ପାଇଁ LSGର ନିଷ୍ପତ୍ତି ଏକ ଆଶ୍ଚର୍ଯ୍ୟଜନକ ଥିଲା। ସେ ଆଇପିଏଲ ୨୦୨୪ ରେ ସେମାନଙ୍କ ପାଇଁ ସର୍ବାଧିକ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri