Posted inଖେଳ

ପୁଣି ଇଂଲଣ୍ଡ ଆଗରେ ବିଶାଳ ଟାର୍ଗେଟ: ରାହୁଲଙ୍କ କମାଲ

ପୁଣେ,୨୬।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ ଭଳି ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳ ପକ୍ଷରୁ ଦେଖିବାକୁ ମିଳିଛି ଦମଦାର ବ୍ୟାଟିଂ। ପୁଣି ଥରେ ଇଂଲଣ୍ଡ ଆଗରେ ୩୦୦ରୁ ଅଧିକ ରନ୍‌ର ଟାର୍ଗେଟ ଛିଡ଼ା କରିଛି ଟିମ୍‌ ଇଣ୍ଡିଆ। ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ଆମନ୍ତ୍ରଣ ପାଇ ଟିମ୍‌ ଇଣ୍ଡିଆକୁ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଥିଲା। କିନ୍ତୁ ଗତ ମ୍ୟାଚ୍‌ରେ ଶତକରୁ ଅଳ୍ପକେ ବଞ୍ଚିତ ହୋଇଥିବା ଶିଖର ଧାଓ୍ବନ ଓ ରୋହିତ ଶର୍ମା ପୂରା ଫେଲ ମାରିଥିଲେ। ଏହାପରେ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଫଳ ହୋଇଥିଲେ ଅର୍ଦ୍ଧଶତକକୁ ଶତକରେ ପରିବର୍ତ୍ତିତ କରିବାରେ। ୬୬ (୭୯ ବଲ, ୩ ଚୌକା ଓ ଗୋଟିଏ ଛକା) ରନ୍‌ କରି ଆଉଟ ହୋଇଥିଲେ କୋହଲି।

ପ୍ରଥମ ମ୍ୟାଚ୍‌ରେ ଅପରାଜିତ ଅର୍ଦ୍ଧଶତକ କରିଥିବା ଲୋକେଶ ରାହୁଲ ଏଥର ଶତକରେ ହିଁ ସନ୍ତୁଷ୍ଟ ହୋଇଥିଲେ। ୧୧୪ ବଲର ସମ୍ମୁଖୀନ ହୋଇଥିବା ରାହୁଲ ଖେଳିଥିଲେ ୧୦୮ ରନ୍‌ର ପାଳି। ଏହା ତାଙ୍କ କ୍ୟାରିୟରର ୫ମ ଦିନିକିଆ ଶତକ। ତାଙ୍କ ଇନିଂସରେ ସାମିଲ ଥିଲା ୭ ଚୌକା ଓ ୨ ଛକା। ଶ୍ରେୟାସ ଆୟାରଙ୍କ ବଦଳରେ ଦଳରେ ସ୍ଥାନ ପାଇଥିବା ରିଷଭ ପନ୍ତ ଦଳୀୟ ମ୍ୟାନେଜମେଣ୍ଟକୁ ନିରାଶ କରି ନ ଥିଲେ। ୪୦ ବଲରେ ୩ ଚୌକା ଓ ୭ ଛକା ସହାୟତାରେ ବିସ୍ଫୋରକ ୭୭ ରନ୍‌ର ଇନିଂସ ଖେଳିଥିଲେ ପନ୍ତ। ହାର୍ଦ୍ଦିକ (୩୫) ଓ କୃନାଲ ପାଣ୍ଡ୍ୟା (୧୨)ଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଯୋଗୁ ପୂରା ୫୦ ଓଭରରେ ୬ ଉଇକେଟ ହରାଇ ୩୩୬ ରନ୍‌ କରିବାକୁ ସକ୍ଷମ ହୋଇଛି ଟିମ୍‌ ଇଣ୍ଡିଆ। ଇଂଲଣ୍ଡ ପକ୍ଷରୁ ଟମ୍‌ କୁରାନ ଓ ରିସେ ଟପଲେ ଦୁଇ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri