ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଆଣ୍ଠୁଏ ପାଣି, କୁନିକୁନି ପିଲା ପାଠ ପଢ଼ିବାକୁ ଆସି…

କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡ଼ା ପଞ୍ଚାୟତର ଏନ୍‌ଏଚ୍‌ ୨୬ ପାର୍ଶ୍ୱରେ ସ୍ଥାପିତ ହୋଇଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ବର୍ଷାପାଣି ଜମି ରହୁଥିବାରୁ କୋମଳମତି ଛାତ୍ରୀଛାତ୍ରଙ୍କ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଇ ଥିବାରୁ ଏହାର ସମସ୍ୟା ପାଇଁ ଜିଲାପାଳ, ବିଡିଓ, ସ୍ଥାନୀୟ ସରପଞ୍ଚଙ୍କ ନିକଟରେ ଗ୍ରାମବାସୀଙ୍କ ସମେତ ମହିଳା ଗ୍ରୁପର ସଦସ୍ୟା ଲିଖିତ ଅଭିଯୋଗ କରିଥିବାର ଜଣାପଡ଼ିଛି। ବିନେକେଲା ଗ୍ରାମରେ ବର୍ଷାଋତୁରେ ମୁଖ୍ୟ ରାସ୍ତା ଉପରେ ପାଣି ଜମି ରହୁଥିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଛି। ଗ୍ରାମର କେତେ ଜଣ ସରକାରୀ ଜମିକୁ ଜବରଦଖଲ କରିଛନ୍ତି। ନିମ୍ନମାନର ଡ୍ରେନେଜ ନିର୍ମାଣ ହୋଇଥିବାରୁ ବର୍ଷାପାଣି ସ୍ଥାନେସ୍ଥାନେ ଜମି ରହୁଛି। ପାଣି ନିଷ୍କାସନ ପାଇଁ ବ୍ୟବସ୍ଥା କରାଯାଉନାହିଁ। ରାସ୍ତାରେ ପାଣି ଜମି ରହୁଥିବା ଦୃଶ୍ୟ ସ୍ପଷ୍ଟ ଦେଖାଯାଉଛି।
ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ବର୍ଷା ପାଣି ଜମି ରହୁଥିବାରୁ କୁନିକୁନି କୋମଳମତି ଶିଶୁମାନେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଯିବା ଆସିବାବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେବେଳେ ଶିଶୁମାନେ ଭାରସାମ୍ୟ ହରାଇ କାଦୁଅରେ ଗୋଡ଼ ଖସି ପଡ଼ିଯାଉଛନ୍ତି। ଯାହା ଫଳରେ ଅଙ୍ଗନଓ୍ବାଡ଼ି ଦିଦିଙ୍କ ସମେତ କେନ୍ଦ୍ରରେ ପାଠ ପଢ଼ିବା ପାଇଁ ଯାଉଥିବା କୁନିକୁନି ପିଲାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଲାମାନେ ଆଣ୍ଠୁଏ ପାଣି ପାର ହୋଇ କେନ୍ଦ୍ରକୁ ଯାଉଛନ୍ତି। ଉକ୍ତ ସମସ୍ୟା ଉପରେ ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି କେସିଙ୍ଗା ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କିଛି ସମାଧାନ ହେଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଶେଷରେ ଗ୍ରାମବାସୀଙ୍କ ସମେତ କିଛି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଜିଲାପାଳଙ୍କୁ ସାକ୍ଷାତ କରି ସମସ୍ୟାର ସମାଧାନ ପାଇଁ ଲିଖିତ ଅଭିଯୋଗ କରିଛନ୍ତି। ବର୍ଷାଋତୁ ସରିବାକୁ ବସିଲାଣି କିନ୍ତୁ ଆଜି ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଜମି ରହୁଥିବା ପାଣିର ସମସ୍ୟା ଦୂର ହୋଇନାହିଁ। ସ୍ଥାନୀୟ ନିର୍ବାଚିତ ପ୍ରତିନିଧିଙ୍କ ମଧ୍ୟ ନଜର ପଡୁଛି ନା ସ୍ଥାନୀୟ ଅଧିକାରୀଙ୍କ ନଜର ପଡୁଛି ନାହିଁ। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଯଥାଶୀଘ୍ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଥିବା ପାଣିକୁ ନିଷ୍କାସନ କରିବାର ପାଇଁ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଗ୍ରାମବାସୀ। ପାଣିକୁ ନିଷ୍କାସନ କରିବା ପାଇଁ ଡ୍ରେନେଜ୍‌ ସୁବିଧା କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ ସ୍ଥାନୀୟ ସରପଞ୍ଚଙ୍କୁ କହିବି ତୁରନ୍ତ ସମାଧାନ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri