ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଆଣ୍ଠୁଏ ପାଣି, କୁନିକୁନି ପିଲା ପାଠ ପଢ଼ିବାକୁ ଆସି…

କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡ଼ା ପଞ୍ଚାୟତର ଏନ୍‌ଏଚ୍‌ ୨୬ ପାର୍ଶ୍ୱରେ ସ୍ଥାପିତ ହୋଇଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ବର୍ଷାପାଣି ଜମି ରହୁଥିବାରୁ କୋମଳମତି ଛାତ୍ରୀଛାତ୍ରଙ୍କ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଇ ଥିବାରୁ ଏହାର ସମସ୍ୟା ପାଇଁ ଜିଲାପାଳ, ବିଡିଓ, ସ୍ଥାନୀୟ ସରପଞ୍ଚଙ୍କ ନିକଟରେ ଗ୍ରାମବାସୀଙ୍କ ସମେତ ମହିଳା ଗ୍ରୁପର ସଦସ୍ୟା ଲିଖିତ ଅଭିଯୋଗ କରିଥିବାର ଜଣାପଡ଼ିଛି। ବିନେକେଲା ଗ୍ରାମରେ ବର୍ଷାଋତୁରେ ମୁଖ୍ୟ ରାସ୍ତା ଉପରେ ପାଣି ଜମି ରହୁଥିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଛି। ଗ୍ରାମର କେତେ ଜଣ ସରକାରୀ ଜମିକୁ ଜବରଦଖଲ କରିଛନ୍ତି। ନିମ୍ନମାନର ଡ୍ରେନେଜ ନିର୍ମାଣ ହୋଇଥିବାରୁ ବର୍ଷାପାଣି ସ୍ଥାନେସ୍ଥାନେ ଜମି ରହୁଛି। ପାଣି ନିଷ୍କାସନ ପାଇଁ ବ୍ୟବସ୍ଥା କରାଯାଉନାହିଁ। ରାସ୍ତାରେ ପାଣି ଜମି ରହୁଥିବା ଦୃଶ୍ୟ ସ୍ପଷ୍ଟ ଦେଖାଯାଉଛି।
ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ବର୍ଷା ପାଣି ଜମି ରହୁଥିବାରୁ କୁନିକୁନି କୋମଳମତି ଶିଶୁମାନେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଯିବା ଆସିବାବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେବେଳେ ଶିଶୁମାନେ ଭାରସାମ୍ୟ ହରାଇ କାଦୁଅରେ ଗୋଡ଼ ଖସି ପଡ଼ିଯାଉଛନ୍ତି। ଯାହା ଫଳରେ ଅଙ୍ଗନଓ୍ବାଡ଼ି ଦିଦିଙ୍କ ସମେତ କେନ୍ଦ୍ରରେ ପାଠ ପଢ଼ିବା ପାଇଁ ଯାଉଥିବା କୁନିକୁନି ପିଲାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଲାମାନେ ଆଣ୍ଠୁଏ ପାଣି ପାର ହୋଇ କେନ୍ଦ୍ରକୁ ଯାଉଛନ୍ତି। ଉକ୍ତ ସମସ୍ୟା ଉପରେ ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି କେସିଙ୍ଗା ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କିଛି ସମାଧାନ ହେଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଶେଷରେ ଗ୍ରାମବାସୀଙ୍କ ସମେତ କିଛି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଜିଲାପାଳଙ୍କୁ ସାକ୍ଷାତ କରି ସମସ୍ୟାର ସମାଧାନ ପାଇଁ ଲିଖିତ ଅଭିଯୋଗ କରିଛନ୍ତି। ବର୍ଷାଋତୁ ସରିବାକୁ ବସିଲାଣି କିନ୍ତୁ ଆଜି ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଜମି ରହୁଥିବା ପାଣିର ସମସ୍ୟା ଦୂର ହୋଇନାହିଁ। ସ୍ଥାନୀୟ ନିର୍ବାଚିତ ପ୍ରତିନିଧିଙ୍କ ମଧ୍ୟ ନଜର ପଡୁଛି ନା ସ୍ଥାନୀୟ ଅଧିକାରୀଙ୍କ ନଜର ପଡୁଛି ନାହିଁ। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଯଥାଶୀଘ୍ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ସମ୍ମୁଖରେ ଥିବା ପାଣିକୁ ନିଷ୍କାସନ କରିବାର ପାଇଁ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଗ୍ରାମବାସୀ। ପାଣିକୁ ନିଷ୍କାସନ କରିବା ପାଇଁ ଡ୍ରେନେଜ୍‌ ସୁବିଧା କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ ସ୍ଥାନୀୟ ସରପଞ୍ଚଙ୍କୁ କହିବି ତୁରନ୍ତ ସମାଧାନ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?