ସଂକ୍ରିଗୁଡ଼ା ଯିବାକୁ ଆଣ୍ଠୁଏ କାଦୁଅ

ଜୁନାଗଡ,୧୦।୧୦(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରଭାଟି ପଞ୍ଚାୟତ ସଂକ୍ରିଗୁଡା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଦୀର୍ଘବର୍ଷ ହେବ ଏହି ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ସମସ୍ୟା ଦେଖାଦେଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଜଙ୍ଗଲ ପାଦଦେଶରେ ଥିବା ଚାରଭାଟି ପଞ୍ଚାୟତ ସଂକ୍ରିଗୁଡା ଗ୍ରାମର ଜନସଂଖ୍ୟା ପ୍ରାୟ ୫ଶହ। ଏହି ଗ୍ରାମକୁ ଯାଇଥିବା ରାସ୍ତାଟି ଦୀର୍ଘବର୍ଷ ହେବ ମରାମତି କରାଯାଇନାହିଁ । ଫଳରେ ରାସ୍ତାଟି ଏବେ ଶୋଚନୀୟ ହୋଇପଡିଛି। ବର୍ଷା ହେଲେ ରାସ୍ତା ଅବସ୍ଥା ସଙ୍ଗିନ ହୋଇପଡେ। ବର୍ଷା ସମୟରେ ରାସ୍ତାରେ ଖାଲଖମା ସହ ଆଣ୍ଠୁଏ କାଦୁଅ ହୋଇଥାଏ। ଫଳରେ ଅତିକଷ୍ଟରେ କେବଳ ଦୁଇ ଚକିଆ ଯାନ ଯାଇପାରୁଥିବା ବେଳେ ଗାଁକୁ ଚାରିଚକିଆ ଯାନ ଆଦୌ ଯାଇପାରେ ନାହିଁ। ଚାରିଚକିଆ ଯାନରେ ଯିବାକୁ ହେଲେ ଗ୍ରାମଠୁ ଦେଢ କି.ମି. ଦୂର ମୁଖ୍ୟ ଛକକୁ ଯିବାକୁ ପଡିଥାଏ। ଏହି ସମୟରେ ଗ୍ରାମକୁ ଆମ୍ବୁଲାନ୍ସ ଆସିପାରୁ ନ ଥିବାରୁ ଗର୍ଭବତୀ, ରୋଗୀଙ୍କୁ ଡାକ୍ତରଖାନା ନେବା ପାଇଁ ରୋଗୀଙ୍କ ସମ୍ପର୍କୀୟ ନାନା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହି ରାସ୍ତାଟି ପଞ୍ଚାୟତ ତଥା ବ୍ଲକ ଅଧୀନରେ ଥିଲେ ମଧ୍ୟ ମରାମତି ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ଏଥିପ୍ରତି ବ୍ଲକ ତଥା ଜିଲା ପ୍ରଶାସନ ଦୃଷ୍ଟିଦେଇ ରାସ୍ତା ମରାମତି କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ତେବେ ଏ ନେଇ ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡିଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri